ଭୁବନେଶ୍ୱର : ଆଜି ଠୁ ରାଜ୍ୟରେ ବଢିବ ବର୍ଷା । ଆଗାମୀ ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର ଓ ମୟୂରଭଞ୍ଜରେ ଅତ୍ୟଧିକ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ସେହିପରି ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, କୋରାପୁଟ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ନୂଆପଡା, ଭଦ୍ରକ, ବାଲେଶ୍ୱର, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼ ଓ ସୁନ୍ଦରଗଡ଼ ସମେତ ୧୬ଟି ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଅନ୍ୟପଟେ ଅବଶିଷ୍ଟ ୧୨ଟି ଜିଲ୍ଲାରେ ବଜ୍ରପାତ, ଘଡ଼ଘଡ଼ି ଓ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ଝଟକା ପବନ ବହିବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆଗାମୀ ୪୮ ଘଣ୍ଟା ପର୍ଯ୍ୟନ୍ତ ସମଗ୍ର ଓଡ଼ିଶାରେ ବର୍ଷା ଜାରି ରହିବ। ଏହାସହ ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ଅର୍ଥାତ୍ ପ୍ରାୟ ସାତ ଦିନ ଧରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ସହ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି।
ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ଉଲ୍ଲେଖନୀୟ ବର୍ଷା ରେକର୍ଡ ହୋଇଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ମୌସୁମୀ ସକ୍ରିୟ ଥିବା ଯୋଗୁଁ ବର୍ଷାର ପରିମାଣ ବୃଦ୍ଧି ପାଇଛି। ତେଣୁ ଏହି ସମୟରେ ମତ୍ସ୍ୟଜୀବୀମାନଙ୍କୁ ସତର୍କ ରହିବା ସହ ଗଭୀର ସମୁଦ୍ରକୁ ମାଛ ଧରିବା ପାଇଁ ନଯିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି।
Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |
