Explore

Search

March 2, 2026 2:08 am

ଏପ୍ରିଲରୁ ରାଜ୍ଯରେ ଲାଗୁହେବ ଆୟୁଷ୍ମାନ ଭାରତ ଯୋଜନା

ଏପ୍ରିଲରୁ ରାଜ୍ଯରେ ଲାଗୁହେବ ଆୟୁଷ୍ମାନ ଭାରତ ଯୋଜନା

ଓଡ଼ିଶାରେ ସାଧାରଣ ଲୋକଙ୍କୁ ମୌଳିକ ସ୍ୱାସ୍ଥ୍ୟ ସେବାରେ ଆର୍ଥିକ ସହାୟତା ଯୋଗାଇବା ଉଦ୍ଦେଶ୍ୟରେ ଏପ୍ରିଲ ପହିଲାରୁ ଓଡ଼ିଶାରେ କାର୍ଯ୍ୟକାରୀ ହେବ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା। ଏହି ଯୋଜନା ସହ ଆୟୁଷ୍ମାନ ବୟୋବନ୍ଦନା ଯୋଜନାର ଶୁଭାରମ୍ଭ ହେବ। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନଠାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ରାଜ୍ୟର ୧ କୋଟି ୦୩ ଲକ୍ଷରୁ ଊର୍ଦ୍ଧ୍ଵ ପରିବାର ଉପକୃତ ହେବେ। ସେହିପରି ୭୦ ବର୍ଷ ବୟସରୁ ଅଧିକ ବୟସର ଲୋକମାନଙ୍କୁ ଆୟୁଷ୍ମାନ ବୟୋବନ୍ଦନା ଯୋଜନାରେ ସାମିଲ କରାଯିବ ବୋଲି ସୂଚନା ମିଳିଛି l

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score