Explore

Search

May 9, 2026 8:22 pm

ଓଡିଶାକୁ ମାଡି ଆସୁଛି ବାତ୍ୟା : ସୃଷ୍ଟି ହେଲାଣି ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ

ଭୁବନେଶ୍ୱର : ଓଡିଶାକୁ ମାଡି ଆସୁଛି ବଡ଼ ବାତ୍ୟା । ଖୁବଶୀଘ୍ର ଭିଜିବ ସାରା ଓଡିଶା। ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟାକୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ, ଦକ୍ଷିଣ ଆଣ୍ଡାମାନ ସାଗର ଓ ପାଖପାଖି ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ପାଣିପାଗ ବିଭାଗ ଅନୁସାରେ, ଏହା ଆସନ୍ତା ୧୨ କିମ୍ବା ୧୩ ତାରିଖ ସୁଦ୍ଧା ଲଘୁଚାପରେ ପରିଣତ ହୋଇପାରେ। ଯଦିଓ ବଡ଼ ଅବପାତ କିମ୍ବା ବାତ୍ୟା ହେବାର ସମ୍ଭାବନା କମ୍ ବୋଲି କୁହାଯାଇଛି, ତଥାପି ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ।

ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟର ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ଘଡ଼ଘଡ଼ି ସହ ବର୍ଷା ସହ ୪୦ରୁ ୫୦ କିମି ବେଗରେ ପବନ ବୋହିପାରେ।

ସେପଟେ ରାଜ୍ୟରେ ତାପମାତ୍ରା ଆସନ୍ତା ତିନି ଦିନ ମଧ୍ୟରେ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ। ତଥାପି କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ। ୧୨ ତାରିଖ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।

ପାଣିପାଗ ବିଭାଗ କହିଛି, ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିବ। କେବଳ କିଛି ଅଞ୍ଚଳରେ ଗରମର ପ୍ରଭାବ ଅଧିକ ଅନୁଭବ ହେବ।

ତେବେ ଆଜି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୪୦ରୁ ୫୦ କିମି ବେଗରେ ପବନ ବହିବାର ଆଶଙ୍କା ଅଛି । ୧୦ ତାରିଖରେ ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୋନପୁର, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱରରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୧୧ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱରରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି ।

କୋରାପୁଟ, ମାଲକାନଗିରି, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଓ ଗଞ୍ଜାମର କିଛି ସ୍ଥାନରେ ମଧ୍ୟ ବର୍ଷା ହୋଇପାରେ । ଅନ୍ୟପଟେ ଦକ୍ଷିଣ ଆଣ୍ଡାମାନ ସାଗରେ ଘୂର୍ଣ୍ଣିବଳୟ ସୃଷ୍ଟି ଯୋଗୁଁ ଆସନ୍ତା ୧୩ରେ ଲଘୁଚାପ ସମ୍ଭାବନା। ଏନେଇ ଆଞ୍ଚଳିକ ପାଣିପାଗ ବିଭାବ ପକ୍ଷରୁ ଆକଳନ କରାଯାଇଛି।

ତେବେ ଏହା ବାତ୍ୟା ରୂପ ନେବାର ସମ୍ଭାବନା କମ୍ ରହିଥିବା ଆଇଏମଡି ପକ୍ଷରୁ କୁହାଯାଇଛି। ଆଜି ୨୦ଟି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନାକୁ ପାଇଁ ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score