Explore

Search

January 23, 2026 10:49 pm

ଓଡିଶା ରୁ ମିଳିଛି ସୁନାଖଣିର ସନ୍ଧାନ: ବିଧାନସଭା ରେ ଉତ୍ତର ରଖିଲେ ଖଣି ମନ୍ତ୍ରୀ

ଓଡିଶା ରୁ ମିଳିଛି ସୁନାଖଣିର ସନ୍ଧାନ ବିଧାନସଭା ରେ ଉତ୍ତର ରଖିଲେ ଖଣି ମନ୍ତ୍ରୀ

ଓଡ଼ିଶାରେ ମିଳିଛି ସୁନା ଖଣିର ସନ୍ଧାନ। ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟର ତୃତୀୟ ଦିନରେ ଏହି କଥାକୁ ପ୍ରକାଶିତ କରିଛନ୍ତି ଖଣିମନ୍ତ୍ରି। ମନ୍ତ୍ରୀ କହିଛନ୍ତି, ଦେବଗଡ ଜିଲା ଆଡାସ-ରାମପାଲ୍ଲୀ ଅଞ୍ଚଳରେ ସୁନାପଥର ସନ୍ଧାନ ମିଳିଛି। ଜିଏସ୍‌ଆଇ ଦ୍ବାରା ତମ୍ବାପଥର ଅନ୍ବେଷଣ ବେଳେ ମିଳିଛି ସୁନା ସନ୍ଧାନ। ଏହି ଅଞ୍ଚଳରେ ସୁନା ଗଛିତ ଥିବା ଭୂତାତ୍ତ୍ବିକ ଆକଳନରୁ ଜଣାପଡ଼ିଛି। ଏବେ ଏହି ଖଣିଜ ବ୍ଲକକୁ ନିଲାମ ପାଇଁ ପ୍ରସ୍ତୁତ କରାଯାଉଛି ବୋଲି କହିଛନ୍ତି ମନ୍ତ୍ରୀ।

ତେବେ ସୂଚନା ଥାଉ କି ବଜେଟ ଅଧିବେଶନ ସମୟରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ଇସ୍ପାତ ଓ ଖଣି ମନ୍ତ୍ରୀଙ୍କୁ ଏକ ପ୍ରଶ୍ନ କରିଥିଲୋ ରାଜ୍ୟର କେଉଁ କେଉଁ ଜିଲ୍ଲାରେ କେତୋଟି ଲେଖାଏଁ ସୁନାଖଣି ଚିହ୍ନଟ କରାଯାଇଛି, ଏହାର ସ୍ଥିତି କଣ ଓ ସୁନା ଖଣିଗୁଡିକ ଉତ୍ତୋଳନ କରି ରାଜ୍ୟ ସରକାର ନିଜେ ଏକ ପ୍ରୋସେସିଂ ୟୁନିଟ୍ ଖୋଲିବାକୁ ପଦକ୍ଷେପ ଗ୍ରହଣ କରିବେ କି ବୋଲି ପ୍ରଶ୍ନ କରିଥିଲେ ତାରା ବାହିନୀପତି। ତେବେ ଏହାର ଉତ୍ତରରେ ମନ୍ତ୍ରୀ ଏହି ତଥ୍ୟ ରଖିଛନ୍ତି।

ଅପରପକ୍ଷରେ କେନ୍ଦୁଝର ଜିଲ୍ଲାର ଗୋପୁର ଗାଜିପୁର ଅଞ୍ଚଳରେ ସୁନା ଖଣିର ସନ୍ଧାନ ମିଳିଛି। ମାଙ୍କଡ଼ଚୁଆଁ, ସଲେଇକଣା ଓ ଡ଼ିମିରିମୁଣ୍ଡା ଅଞ୍ଚଳରେ ସୁନା ଖଣି ପାଇଁ ଚାଲିଛି ଚି଼ହ୍ନଟ ପ୍ରକ୍ରିୟା ଜାରି ରହିଛି। ସେହିପରି ମୟୁରଭଞ୍ଜ ଜିଲ୍ଲାର ଯଶିପୁର, ସୁରିଆଗୁଡା, ରୁଆଁସୀ, ଇଡେଲକୁଚା, ମାରେଡିହି ଓ ସୁଲେଇପାଟ ଏବଂ ବାଦାମପାହାଡ଼ ଅଞ୍ଚଳରେ ସୁନାଖଣିର ଅନ୍ବେଷନ ଚାଲିଛି

ସେହିପରି ସୁନ୍ଦରଗଡ଼, ନବରଙ୍ଗପୁର, ଅନୁଗୁଳ, କୋରାପୁଟ, ମାଲକାନଗିରି, ସମ୍ବଲପୁର, ବୌଦ୍ଧ ଜିଲ୍ଲାର କେତେକ ସ୍ଥାନରେ ସୁନା ଖଣି ଥିବା ସୂଚନା ମିଳିଛି। ଓଡ଼ିଶାରେ ମିଳିଥିବା ଏହି ସୁନାଖଣିର ସନ୍ଧାନ ରାଜ୍ୟର ଅର୍ଥନୀତି ପାଇଁ ବିଶେଷ ଗୁରୁତ୍ବପୂର୍ଣ୍ଣ ହେବ ବୋଲି କୁହାଯାଉଛି।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score