ଓଡ଼ିଶାର ଚାଷୀମାନେ ଆଉ ନିଜକୁ ଜମିରେ ସୀମିତ ନରଖି ବିଦେଶକୁ ଯାଇ ନିଜକୁ କରିବେ ସଶକ୍ତ l ଓଡ଼ିଶା ଜଳବାୟୁ ସହନଶୀଳ କୃଷି ପାଇଁ ସମନ୍ୱିତ ଜଳସେଚନ ପ୍ରକଳ୍ପ ଅଧୀନରେ ୨୮ ଜଣିଆ କୃଷକ ଏବଂ ଅଧିକାରୀଙ୍କ ପ୍ରଶିକ୍ଷଣ ଭିତ୍ତିକ ମାଲେସିଆ ଗସ୍ତକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । କୃଷି ଭବନର ଅଡିଟୋରିଅମ୍ ଠାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
୧୪ ଜଣ କୃଷକଙ୍କ ସମେତ ୧୪ ଜଣ ଅଧିକାରୀଙ୍କୁ ନେଇ ଗଠିତ ଏହି ୨୮ ଜଣିଆ ଟିମ ପ୍ରାୟ ସପ୍ତାହବ୍ଯାପୀ ମାଲେସିଆ ଗସ୍ତରେ ଯାଇ କୃଷିଭିତ୍ତିକ ପ୍ରଶିକ୍ଷଣ ନେବେ । ଉଦ୍ୟାନ କୃଷି ନିର୍ଦ୍ଦେଶାଳୟ, କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ଓଡ଼ିଶା, ଲକ୍ଷ୍ନୌ ସ୍ଥିତ ବ୍ୟାଙ୍କର୍ସ ଇନଷ୍ଟିଚ୍ୟୁଟ ଅଫ୍ ରୁରାଲ ଡେଭଲପମେଣ୍ଟ ଏବଂ ନାବାର୍ଡର ମିଳିତ ଆୟୋଜନରେ ଏହି ପ୍ରଶିକ୍ଷଣ ଅନୁଷ୍ଠିତ ହେଉଛି ।

Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |