Explore

Search

April 29, 2025 2:34 am

Genres

ଓଡିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ୍ ହରିଶ ଟଣ୍ଡନ

ଓଡିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ୍ ହରିଶ ଟଣ୍ଡନ

ଓଡିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ରୂପେ ନିଯୁକ୍ତ ହୋଇଛନ୍ତି ଜଷ୍ଟିସ୍ ହରିଶ ଟଣ୍ଡନ । ଜଷ୍ଟିସ୍ ଚକ୍ରଧାରୀ ଶରଣ ସିଂଙ୍କର ଅବସର ପରେ ଏହି ସ୍ଥାୟୀ ମୁଖ୍ୟ ବିଚାରପତି ପଦ ଖାଲି ରହିଥିଲା । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜଷ୍ଟିସ୍ ଟଣ୍ଡନଙ୍କୁ ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦେଇଛନ୍ତି । ଏନେଇ ଆଇନ୍ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ବର୍ତ୍ତମାନ କଲିକତା ହାଇକୋର୍ଟର ବିଚାରପତି ଅଛନ୍ତି ଜଷ୍ଟିସ୍ ଟଣ୍ଡନ । କିଛି ଦିନ ପୂର୍ବରୁ ତାଙ୍କ ନାଁ ସୁପାରିଶ କରିଥିଲେ ସୁପ୍ରିମକୋର୍ଟ କଲେଜିୟମ୍ ।ଜଷ୍ଟିସ ଟଣ୍ଟନଙ୍କ ନିଯୁକ୍ତି ନେଇ କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ଟ୍ୱିଟ୍ କରିଛନ୍ତି ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score