ଚଳିତ ବର୍ଷ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ କମିଟି ଗଠନ ହୋଇଛି ଯାହାର ନେତୃତ୍ବ ନେବେ ଉପମୁଖ୍ୟମନ୍ତ୍ରୀ l କମିଟିରେ ଆଇନ ମନ୍ତ୍ରୀ, ସ୍ବାସ୍ଥ୍ୟ ମନ୍ତ୍ରୀ ସାମିଲ ହୋଇଛନ୍ତି l କମିଟିରେ ନଗର ଉନ୍ନୟନ ଓ ପରିବହନ ମନ୍ତ୍ରୀ ମଧ୍ଯ ସାମିଲ l ସେହିପରି କ୍ୟାବିନେଟ ବୈଠକରେ ୪ ପ୍ରସ୍ତାବକୁ ମୋହର ମିଳିଛି l ଛେଳିଗଡ଼ ଡ୍ୟାମ ପାଇଁ ୧୫୧ କୋଟି ବ୍ୟୟବରାଦ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜନାକୁ ଅନୁମୋଦନ ମିଳିଛି l ସହରର ଭିତ୍ତିଭୂମି ସୁଦୃଢ଼ କରିବା ଏହି ଯୋଜନା l ସେହିପରି ଜୈବପ୍ରଯୁକ୍ତି ବିଜ୍ଞାନର ବିକାଶ ଯୋଜନାକୁ ମଞ୍ଜୁରୀ ମିଳିବା ସହ ଏନସିବି ପାଇଁ ଜମି ବାବଦ ଟଙ୍କା ଛାଡ଼ ନିଷ୍ପତ୍ତି ହୋଇଛି l

Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |