ପୁରିଛି ମୋହନ ସରକାରଙ୍କ ଏକ ବର୍ଷ l ଏହି ଅବସରରେ ଇଡ୍କୋ ପ୍ରଦର୍ଶନୀ ପଡିଆ ଠାରେ ଜୁନ୍ ୧୮ ପର୍ଯ୍ୟନ୍ତ ଚାଲିବ “ରାଜ୍ୟସ୍ତରୀୟ ବିକାଶ ମେଳା ୨୦୨୫” l
ତେବେ ବୁଧବାର ସନ୍ଧ୍ୟାରେ ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି ମେଳାକୁ ଉଦଘାଟନ କରିଛନ୍ତି l ଏହି ମେଳାରେ ବିଭିନ୍ନ ବିଭାଗ ପକ୍ଷରୁ ପ୍ରାୟ ୭୫ରୁ ଅଧିକ ଷ୍ଟଲ୍ରେ ଜନସାଧାରଣଙ୍କୁ ସୂଚନା, ଶିକ୍ଷା ଓ ଯୋଗାଯୋଗ ପଦ୍ଧତି ମାଧ୍ୟମରେ ସରକାରଙ୍କ ଜନକଲ୍ୟାଣକାରୀ ଯୋଜନା ସଂପର୍କରେ ସଚେତନ କରାଯାଉଛି । ଏଥିସହିତ ସୁଭଦ୍ରା ଶକ୍ତି ମହିଳା ମାନଙ୍କ ଦ୍ବାରା ୪୦ରୁ ଅଧିକ ଷ୍ଟଲରେ ଓଡିଆ ପାରମ୍ପାରିକ ଖାଦ୍ୟର ବିବିଧତାକୁ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ଫୁଡ୍ ଫେଷ୍ଟିଭାଲ ମଧ୍ୟ ଆୟୋଜନ କରାଯାଇଛି ।

Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |