କାଳବୈଶାଖୀର ଆଶ୍ୱସ୍ତି ପରେ ପୁଣି ଫେରିଛି ତାତି । ଆଜିଠୁ ୩ ଦିନ ପର୍ଯ୍ୟନ୍ତ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ନେଇ ହିଟୱେଭ୍ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ଆଗକୁ ୪୦ ଡିଗ୍ରୀ କିମ୍ବା ତା’ଠୁ ଅଧିକ ରହିବ ତାପମାତ୍ରା । ପୁଣି ଅସହ୍ୟ ତାତି ଓ ଗୁଳିଗୁଳିରେ କଲବଲ ହେବ ଜନଜୀବନ । କାରଣ କାଳବୈଶାଖୀ ପରେ ରାଜ୍ୟରେ ପୁଣିଥରେ ଫେରିଛି ତାତି । ଆଜିଠୁ ୩ ଦିନ ପର୍ଯ୍ୟନ୍ତ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିବ । ଏନେଇ ୩ ଦିନ ପାଇଁ ହିଟୱେଭ୍ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ବିଭିନ୍ନ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢିବ । ୪୦ ଡିଗ୍ରୀ କିମ୍ବା ତା’ଠୁ ଅଧିକ ରହିବ ପାରଦ । ଆଜି ପାଇଁ ସମ୍ବଲପୁର ଓ ବୌଦ୍ଧ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି ।

Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |