Explore

Search

February 12, 2026 12:32 pm

ଜୁଲାଇ ୧୪ ଓ ୧୫ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ

ଓଡ଼ିଶାକୁ ଆସିବେ ମହାମହିମ ରାଷ୍ଟ୍ରପତି ମହୋଦୟା l ସୂଚନା ଅନୁସାରେ ଜୁଲାଇ ୧୪ ତାରିଖ ସଂଧ୍ୟାରେ ମାନ୍ୟବର ରାଷ୍ଟ୍ରପତି ଅଖିଳ ଭାରତୀୟ ଆର୍ୟୁବିଜ୍ଞାନ ସଂସ୍ଥାନ(ଏମ୍ସ), ଭୁବନେଶ୍ୱରର ୫ମ ସମାବର୍ତ୍ତନ ସମାରୋହରେ ଯୋଗ ଦେବେ ଏବଂ ଜୁଲାଇ ୧୫ ତାରିଖ ପୂର୍ବାହ୍ନରେ ରେଭେନ୍ସା ବିଶ୍ୱ ବିଦ୍ୟାଳୟର ତ୍ରୟୋଦଶ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି l ପରେ ସେ କଟକ ରେଭେନ୍ସା ବାଳିକା ଉଚ୍ଚ ବିଦ୍ୟାଳୟ ଉନ୍ନତିକରଣ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ଜୁଲାଇ ୧୫ ତାରିଖ ଅପରାହ୍ନରେ ମାନ୍ୟବର ରାଷ୍ଟ୍ରପତି କଟକ ତୁଳସୀପୁର ବିଜୁ ପଟ୍ଟନାୟକ ଛକ ସ୍ଥିତ ଶାରଳା ଭବନ ଯାଇ ଆଦିକବି ଶାରଳା ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ସେଠାରେ ଶାରଳା ସାହିତ୍ୟ ସଂସଦ ପକ୍ଷରୁ ଆୟୋଜିତ ଆଦିକବି ଶାରଳା ଦାସଙ୍କ ୬୦୦ତମ ଜୟନ୍ତୀରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିବା ସହ ‘‘କଳିଙ୍ଗ ରତ୍ନ ପୁରସ୍କାର-୨୦୨୪’’ ପ୍ରଦାନ କରିବେ।

୨ ଦିନ ଧରି ଭୁବନେଶ୍ୱର ସମେତ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ କରି ଜୁଲାଇ ୧୫ ତାରିଖ ସଂଧ୍ୟାରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ l ଏଥିପାଇଁ ଟ୍ଵିନ ସିଟି ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି l

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score