Explore

Search

March 1, 2026 1:30 pm

ଦକ୍ଷତା ବିକାଶ ପାଇଁ ୫ଟି ଜାତୀୟ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠାକୁ କ୍ୟାବିନେଟ୍‌ ମଞ୍ଜୁରି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ନୂଆଦିଲ୍ଲୀରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଦେଶରେ ଧନ୍ଦାମୂଳକ ଶିକ୍ଷା କ୍ଷେତ୍ରରେ ପରିବର୍ତ୍ତନ ଆଣିବା ଲାଗି ଏକ ପ୍ରମୁଖ ପଦକ୍ଷେପ ଗ୍ରହଣ କରାଯାଇଛି। ଦେଶରେ ଥିବା ଶିଳ୍ପ ତାଲିମ ପ୍ରତିଷ୍ଠାନ ଗୁଡ଼ିକର ଉନ୍ନତୀକରଣ ପାଇଁ ଏକ ଜାତୀୟ ଯୋଜନାକୁ କ୍ୟାବିନେଟ୍ ମଞ୍ଜୁରି ମିଳିଛି। ସେହିପରି କେନ୍ଦ୍ର ପ୍ରାୟୋଜିତ ଯୋଜନା ମାଧ୍ୟମରେ ଦକ୍ଷତା ବିକାଶ ପାଇଁ ୫ଟି ଜାତୀୟ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା ପ୍ରସ୍ତାବକୁ ମଧ୍ୟ ଅନୁମୋଦନ କରାଯାଇଛି। ଭୁବନେଶ୍ୱରରେ ମଧ୍ୟ ଗୋଟିଏ କେନ୍ଦ୍ର ପ୍ରତିଷ୍ଠା ହେବ। ଫଲରେ ରାଜ୍ଯରେ ଅନେକ ଯୁବପିଢ଼ି ଆର୍ଥିକ ରୂପେ ସଶକ୍ତ ହେବା ସହ ନିଜର ଦକ୍ଷତା ବୃଦ୍ଧି ପାଇଁ ସୁଯୋଗ ମଧ୍ଯ ପାଇବେ l

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score