Explore

Search

March 13, 2026 10:31 pm

ବଦଳିଲେ ମାଲକାନଗିରି ଜିଲ୍ଲାପାଳ ସୋମେଶ ଉପାଧ୍ୟାୟ

ଭୁବନେଶ୍ୱର : ରାଜ୍ୟ ସରକାର ଆଇଏଏସସ୍ତରରେ ବ୍ୟାପକ ଅଦଳବଦଳ କରିଛନ୍ତି । ଏହି ପରିବର୍ତ୍ତନ ମଧ୍ୟରେ ମାଲକାନଗିରି ଜିଲ୍ଲାପାଳ ଶ୍ରୀଯୁକ୍ତ ସୋମେଶ ଉପାଧ୍ୟାୟଙ୍କ ବଦଳିକୁ ନେଇ ପ୍ରଶାସନିକ ମହଲରେ ଚର୍ଚ୍ଚା ଜୋର ଧରିଛି । ଗତ ଅଗଷ୍ଟ ମାସରେ ଶ୍ରୀଯୁକ୍ତ ସୋମେଶ ଉପାଧ୍ୟାୟ ମାଲକାନଗିରି ଜିଲ୍ଲାପାଳ ଭାବେ ଦାୟିତ୍ୱ ନେଇଥିଲେ। କିନ୍ତୁ ମାତ୍ର ୭ ମାସ ଭିତରେ ତାଙ୍କର ବଦଳି ହେବାକୁ ନେଇ ବିଭିନ୍ନ ମହଲରେ ପ୍ରଶ୍ନ ଉଠିଛି। ବଦଳି ପରେ ଶ୍ରୀ ଉପାଧ୍ୟାୟଙ୍କୁ ବୟନ ଓ ହସ୍ତତନ୍ତ ବିଭାଗର ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି।

ତାଙ୍କ ସ୍ଥାନରେ ବ୍ରହ୍ମପୁର ମହାନଗର ନିଗମର କମିଶନର ଶ୍ରୀଯୁକ୍ତ ପ୍ରଥମେଶ ଅରବିନ୍ଦ ରାଜସିର୍କେଙ୍କୁ ମାଲକାନଗିରିର ନୂତନ ଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି । ଏହା ସହିତ ଅନ୍ୟାନ୍ୟ କିଛି ଆଇଏଏସ ଅଧିକାରୀଙ୍କୁ ମଧ୍ୟ ନୂଆ ଦାୟିତ୍ୱ ଦିଆଯାଇଛି । ଅତିରିକ୍ତ ସ୍ବତନ୍ତ୍ର ରିଲିଫ କମିଶନର ମନୀଷ ଅଗ୍ରୱାଲଙ୍କୁ ଓଡ଼ିଶା ସମବାୟ ସମିତି ସମୂହର ନିବନ୍ଧକ ଭାବେ ନିଯୁକ୍ତି ମିଳିଛି । ସ୍ମୃତି ରଞ୍ଜନ ପ୍ରଧାନ ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିବା ସହ ଷ୍ଟାର୍ଟଅପ ଓଡ଼ିଶାର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ ।

ସିଦ୍ଧାର୍ଥ ଦାସଙ୍କୁ ମତ୍ସ୍ୟ ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଥିବା ବେଳେ ମଧୁସ୍ମିତା ସାହୁଙ୍କୁ ଶିକ୍ଷକ ଶିକ୍ଷା ଓ ରାଜ୍ୟ ଶିକ୍ଷା ଅନୁସନ୍ଧାନ ଓ ତାଲିମ ପରିଷଦର ନିର୍ଦ୍ଦେଶକ ସହ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ଶାସନ ସଚିବ ଭାବେ ଦାୟିତ୍ୱ ମିଳିଛି ।

ସେହିପରି ଉପମା କାଲୋଙ୍କୁ ରାଜସ୍ୱ ମଣ୍ଡଳ ଆୟୁକ୍ତଙ୍କ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଥିବା ବେଳେ ଲିଲି କୁମାର କୁଲୁଙ୍କୁ ସରକାରୀ ଉଦ୍ୟୋଗ ବିଭାଗର ଅତିରିକ୍ତ ଶାସନ ସଚିବ ଭାବେ ନିଯୁକ୍ତି ମିଳିଛି।

ବ୍ରହ୍ମପୁର ମହାନଗର ନିଗମର ନୂତନ ଆୟୁକ୍ତ ଭାବେ ଅକବରମ୍ ସସ୍ୟା ରେଡ୍ଡୀଙ୍କୁ ଦାୟିତ୍ୱ ଦିଆଯାଇଛି । ସେ ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷର ଉପାଧ୍ୟକ୍ଷ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ ତୁଲାଇବେ।

ଏହାସହ ଅକ୍ଷୟ ପିଲ୍ଲେ ପାରାଦୀପର ଅତିରିକ୍ତ ଜିଲ୍ଲାପାଳ, ଅରୁଗଲା ସ୍ନେହାଙ୍କୁ ମୟୂରଭଞ୍ଜ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ, ସମୀର ଜେନାଙ୍କୁ ଗଞ୍ଜାମ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଓ ସୌମ୍ୟ ରଞ୍ଜନ ପ୍ରଧାନଙ୍କୁ କଳାହାଣ୍ଡି ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଭାବେ ନିଯୁକ୍ତି ମିଳିଛି ।

ବିଶେଷ କଥା ହେଲା, ଏହି ଅଦଳବଦଳ ସମ୍ପର୍କିତ ନିର୍ଦ୍ଦେଶନାମା ପ୍ରଥମ ଥର ପାଇଁ ଓଡ଼ିଆ ଭାଷାରେ ପ୍ରକାଶ ପାଇଛି, ଯାହାକୁ ନେଇ ପ୍ରଶାସନିକ ମହଲରେ ସ୍ୱାଗତ ଜଣାଯାଇଛି।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score