Explore

Search

February 15, 2025 10:00 am

Genres

ଜାନୁଆରୀ ୨୮ ରୁ ଆରମ୍ଭ ହେବ ଉତ୍କର୍ଷ ଓଡ଼ିଶା କନକ୍ଲେଭ

utkarsh odisha conclave 2025

ଭୁବନେଶ୍ବର: ପ୍ରବାସୀ ଭାରତୀୟ ଦିବସ ପରେ ଭୁବନେଶ୍ବରସ୍ଥିତ ଜନତା ମଇଦାନରେ ଜାନୁଆରୀ ୨୮ ରୁ ୩୦ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଯାଉଛି ଉତ୍କର୍ଷ ଓଡ଼ିଶା କନକ୍ଲେଭ l

ଏହାର ଶୁଭ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ନିବେଶକଙ୍କ ଦ୍ଵାରା ପୁଞ୍ଜିନିବେଶ ତଥା ରାଜ୍ୟର ଆର୍ଥିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ଲକ୍ଷ୍ୟରେ ଉପସ୍ଥିତ ୪ରୁ ୫ ହଜାର ନିବେଶକଙ୍କୁ ସମ୍ବୋଧିତ କରିବେ ମୋଦି। ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭବ୍ୟ ସ୍ୱାଗତ କରାଯିବ ବୋଲି ବିଜେପି ସାଂସଦ ପ୍ରତାପ ଷଡ଼ଙ୍ଗୀ ସୂଚନା ଦେଇଛନ୍ତି l ଏହି ସମ୍ମିଳନୀରେ ପ୍ରତିଦିନ ବାଣିଜ୍ଯ, ଶିଳ୍ପ, ଶିକ୍ଷା, ମହିଳା ସଶକ୍ତୀକରଣ ବିଷୟ ଆଦିକୁ ନେଇ ଆଲୋଚନା ହେବା ସହିତ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ହେବାର ସୂଚନା ରହିଛି l

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score