Explore

Search

January 28, 2026 8:44 am

ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଆୟୋଜନ ହେବ ହ୍ୟାଣ୍ଡଲୁମ୍ ଓ୍ୱାକଥନ

ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଆୟୋଜନ ହେବ ହ୍ୟାଣ୍ଡଲୁମ୍ ଓ୍ୱାକଥନ

ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ମାର୍ଚ୍ଚ ୮ ତାରିଖ ତଥା ଅନ୍ତର୍ଜାତୀୟ ମହିଳା ଦିବସରେ ‘ସମ୍ପୂର୍ଣ୍ଣା’ ପାଳିତ ହେବ। ଏହି ଦିବସ ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ ହେବାର ସୂଚନା ରହିଛି। ବୁଧବାର ବିଏମ୍‌ସି ମୁଖ୍ୟାଳୟସ୍ଥିତ ଏକାମ୍ର ହଲରେ  ମେୟର ଶ୍ରୀମତୀ ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଡେପୁଟି ମେୟର ଶ୍ରୀମତୀ ମଞ୍ଜୁଲତା କହଁର, ଅତିରିକ୍ତ କମିସନର ରତ୍ନାକର ସାହୁ,  ଶୁଭେନ୍ଦୁ କୁମାର ସାହୁ ପ୍ରମୁଖ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ, ଅଧ୍ୟକ୍ଷା ଓ କର୍ପୋରେଟର ଓ ଗଣମାଧ୍ୟମର ପ୍ରତିନିଧିମାନେ ଉପସ୍ଥିତ ଥିଲେ ।

ଏହି ହ୍ୟାଣ୍ଡଲୁମ୍ ଓ୍ୱାକଥନକୁ ଓଡିଶା ବିଧାନସଭାର ବାଚସ୍ପତି ଶ୍ରୀମତୀ ସୁରମା ପାଢୀ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ଏଠାରେ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହେବ । ଏହି ଓ୍ୱାକଥନରେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ ସାନ୍ଧ୍ୟ ଅଧିବେଶନରେ ସମ୍ମାନିତ କରାଯିବ । ଉତ୍କଳ ମଣ୍ଡପଠାରେ ସନ୍ଧ୍ୟା  ସାଢେ ୫ଟାରେ ଦ୍ୱିତୀୟ ଅଧିବେଶନ ଅନୁଷ୍ଠିତ ହେବ । ଏଠାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏଥିରେ ଓଡ଼ିଶାର ଖ୍ୟାତନାମା କଣ୍ଠଶିଳ୍ପୀ ଓ ନୃତ୍ୟଗୁରୁମାନେ ସଙ୍ଗୀତ ଓ ନୃତ୍ୟ ପରିବେଷଣ କରିବେ ଏଥିସହ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ମହିଳାମାନଙ୍କୁ ସମ୍ମାନିତ କରାଯିବ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score