ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ନୂଆ ଦିଲ୍ଲୀଠାରେ ୨୦୨୨ ବର୍ଷ ପାଇଁ ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରିଛନ୍ତି। ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ସୂଚନା ଓ ପ୍ରସାରଣ ରାଷ୍ଟ୍ରମନ୍ତ୍ରୀ ଡ. ଏଲ୍ ମୁରୁଗାନ୍ ମଧ୍ୟ ଏହି ଅବସରରେ ଉପସ୍ଥିତ ଥିଲେ।
ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭିର୍ଣ୍ଣ ଭିର୍ଣ୍ଣ କ୍ଷେତ୍ରରେ ଅଭୂତପୂର୍ବ ସଫଳତା ସାଉଁଟିଥିବା ବ୍ୟକ୍ତିତ୍ୱ ମାନଙ୍କୁ ସମ୍ମାନିତ କରିଛନ୍ତି ।
‘କେଜିଏଫ ଚାପ୍ଟର-2’ ଶ୍ରେଷ୍ଠ କନ୍ନଡ଼ ଫିଲ୍ମ ଆୱାର୍ଡ ମିଳିଛି। ସେହିପରି ‘କାନ୍ତାରା’କୁ ମଧ୍ୟ ଶ୍ରେଷ୍ଠ କନ୍ନଡ ଚଳଚ୍ଚିତ୍ର ଭାବେ ସମ୍ମାନିତ ମିଳିଛି। ‘କଚ୍ଛ ଏକ୍ସପ୍ରେସ’କୁ ଶ୍ରେଷ୍ଠ ଗୁଜୁରାଟୀ ଚଳଚ୍ଚିତ୍ର ଭାବେ ସମ୍ମାନିତ କରାଯାଇଛି। ଏହି ଚଳଚ୍ଚିତ୍ରରେ ଅଭିନୟ କରିଥିବା ମାନସୀ ପାରେଖଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ଭାବେ ପୁରସ୍କୃତ କରାଯାଇଛି। ‘ବ୍ରହ୍ମାସ୍ତ୍ର ପାର୍ଟ-1 ଶିବା’ ରେ ଶ୍ରେଷ୍ଠ VFX ସୁପରଭାଇଜର ଭାବେ ପୁରସ୍କୃତ ହୋଇଛନ୍ତି ଜୟକର ଅରୁଦ୍ର ଓ ବିରାଲ ଠାକେର। ସେହିପରି ତିରୁଚିଟ୍ରମ୍ବଲମ୍ ପାଇଁ ନିତ୍ୟା ମେନେନ୍ ଶ୍ରେଷ୍ଠ ଅଭିନେତ୍ରୀ ଭାବେ ପୁରସ୍କୃତ ହୋଇଛନ୍ତି । ଭିଜୁଆଲ ଇଫେକ୍ଟ ଓ ଆନିମେସନ ପାଇଁ ‘ବ୍ରହ୍ମାସ୍ତ୍ର’ ଶ୍ରେଷ୍ଠ ଫିଲ୍ମ, ଗୁଲମୋହର ଶ୍ରେଷ୍ଠ ହିନ୍ଦୀ ଚଳଚ୍ଚିତ୍ର, କାର୍ତ୍ତିକେୟ-୨ ଶ୍ରେଷ୍ଠ ତେଲୁଗୁ ଚଳଚ୍ଚିତ୍ର, ଶ୍ରେଷ୍ଠ ନିର୍ଦ୍ଦେଶକ ସୋରାଜ ବାରଜିତ୍ୟ, ଶ୍ରେଷ୍ଠ ମରାଠୀ ଚଳଚ୍ଚିତ୍ର ଭାଲଭିକୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି।
ସେହିପରି ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ପୁରସ୍କୃତ ହୋଇଛି ‘ଦମନ’। ଯାହାକି ରାଜ୍ୟ ପାଇଁ ଆଣିଛି ଗର୍ବ ଓ ଗୌରବ। ଏଥିସହିତ ମିଥୁନ ଚକ୍ରବର୍ତ୍ତୀଙ୍କୁ ଫିଲ୍ମ ଜଗତ ପ୍ରତି ତାଙ୍କର ଅବଦାନ ପାଇଁ ଭାରତୀୟ ସିନେମାର ସର୍ବୋଚ୍ଚ ସମ୍ମାନ ‘ଦାଦା ସାହେବ ଫାଲକେ’ରେ ସମ୍ମାନିତ କରାଯାଇଛି।
Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |