Explore

Search

January 15, 2026 5:02 am

୨୦୨୫ ହେବ ‘ସୁଭଦ୍ରା’ ବର୍ଷ : ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା

subhadra yojana odisha

ଭୁବନେଶ୍ବର: ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ ସୂଚନା ଦେଲେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ କିସ୍ତି ନେଇ ଉପମୁଖ୍ୟମନ୍ତ୍ରୀ ମନ୍ତବ୍ୟ ଦେଇ କହିଛନ୍ତି ଯେ ୨୦୨୫ରେ ମହିଳାଙ୍କୁ ମିଳିବ ପ୍ରଥମ ଦଫାର ଚତୁର୍ଥ ପର୍ଯ୍ୟାୟ ଟଙ୍କା। ଜାନୁଆରୀ ପ୍ରଥମ ସପ୍ତାହରେ ପୁରା ସର୍ଭେ  ସରିବା ସହିତ ଯାଞ୍ଚ ପ୍ରକ୍ରିୟା ଚାଲିଥିବାରୁ ଚତୁର୍ଥ ପର୍ଯ୍ୟାୟ ସ୍ଥଗିତ ରଖାଯାଇଥିଲା । ତେବେ ଆଜି ଫିଲ୍ଡ ରିପୋର୍ଟ ଆସିବା ପରେ ପଦକ୍ଷେପ ନିଆଯିବ। ଏହାପରେ ମାର୍ଚ୍ଚ ୮ ଓ ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରା ଟଙ୍କା। ୨୦୨୫ ହେବ ‘ସୁଭଦ୍ରା’ ବର୍ଷ। ଡିସେମ୍ବର ୨୫ ତାରିଖରେ ମିଳିବାର ଥିଲା ‘ସୁଭଦ୍ରା’ ଟଙ୍କା। ଏନେଇ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ମଧ୍ୟ ସୂଚନା ଦିଆଯାଇଥିଲା । ମାତ୍ର ଯାଞ୍ଚ ପ୍ରକ୍ରିୟା ଚାଲିଥିବାରୁ ଚତୁର୍ଥ ପର୍ଯ୍ୟାୟ ସ୍ଥଗିତ ରହିଥିଲା। ତେବେ ତୃତୀୟ ପର୍ଯ୍ୟାୟ ସୁଦ୍ଧା ରାଜ୍ୟର ମୋଟ ୮୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ୫ ହଜାର ଟଙ୍କା ଲେଖାଏଁ ପ୍ରଥମ କିସ୍ତି ଅର୍ଥ ପ୍ରଦାନ କରାଯାଇ ସାରିଛି । ଡିସେମ୍ବର ୧ ତାରିଖ ସୁଦ୍ଧା ସୁଭଦ୍ରା ପାଇଁ ମୋଟ ୧ କୋଟି ୫ ଲକ୍ଷ ୩୬ ହଜାର ୬୧୨ ଜଣ ମହିଳା ଆବେଦନ କରିସାରିଛନ୍ତି ।ମାର୍ଚ୍ଚ ୭ ‘ସୁଭଦ୍ରା’ ଆବେଦନର ଡେଡଲାଇନ୍ । ୨୦୨୫ ମାର୍ଚ୍ଚ ୭ ‘ସୁଭଦ୍ରା’ ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ । ଏନେଇ ସୂଚନା ଦେଇଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ମାର୍ଚ୍ଚ ୮ ମହିଳା ଦିବସରେ ଦ୍ବିତୀୟ କିସ୍ତି ସୁଭଦ୍ରା ଟଙ୍କା ମିଳିବ । ବର୍ତ୍ତମାନ ସୁଦ୍ଧା ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟରେ ମହିଳାଙ୍କ ଆକାଉଣ୍ଟକୁ ସୁଭଦ୍ରା ଟଙ୍କା ପଠାଯାଇଛି । ୩ଟି ପର୍ଯ୍ୟାୟରେ ମୋଟ୍‌ ୮୦ ଲକ୍ଷ ୩୫ ହଜାର ମହିଳାଙ୍କୁ ସୁଭଦ୍ରା ସହାୟତା ରାଶି ମିଳିସାରିଲାଣି । ଜାନୁଆରୀରେ ଚତୁର୍ଥ ପର୍ଯ୍ୟାୟରେ ଆଉ ୨୦ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ଦେଇ କୋଟିଏ ହିତାଧିକାରୀଙ୍କୁ ସାମିଲ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି  ସରକାର l

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score