Explore

Search

March 8, 2026 10:27 pm

୫ ଦିନ ଯାଏଁ ଜଳିବ ଓଡ଼ିଶା

ଦିନକୁ ଦିନ ରୌଦ୍ରତାପ ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି l ଫଳରେ ଆଗାମୀ ୫ ଦିନ ଯାଏଁ ଗ୍ରୀଷ୍ମପ୍ରବାହ ଜାରି ରହିବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ବିଶେଷ କରି ବଲାଙ୍ଗୀର, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ସବୁଠୁ ଅଧିକ ଗରମ ଅନୁଭୂତ ହେବ । ଆସନ୍ତାକାଲି ପଶ୍ଚିମ ଓଡ଼ିଶାର ୭ ଜିଲ୍ଲା ଓ ଉପକୂଳର ୧୧ ଜିଲ୍ଲାରେ ଗରମ ଗୁଳୁଗୁଳିକୁ ନେଇ ହିଟୱେଭ ଆଲର୍ଟ ଜାରି କରାଯାଇଛି।

୨୪ରେ ମଧ୍ୟ ପଶ୍ଚିମ ଓଡ଼ିଶାର ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ାରେ ତାପମାତ୍ରା ଅଧିକ ରହିବ। ଏଥିସହ ପଶ୍ଚିମ ଓଡ଼ିଶା ତାପମାତ୍ରା ୪୬ ଡିଗ୍ରୀ ପର୍ଯ୍ୟନ୍ତ ଯାଇପାରେ ବୋଲି ଆକଳନ କରାଯାଇଛି।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score