Explore

Search

January 17, 2026 12:08 pm

୮୦୦ ଏକର ଜାଗାରେ ହେବ ନୂଆ ଭୁବନେଶ୍ୱର : ନଗର ଉନ୍ନୟନ ମନ୍ତ୍ରୀ

ବିସ୍ତାରିତ ହେବ ଭୁବନେଶ୍ବର l ପ୍ରାୟ ୮୦୦ ଏକର ଜାଗାରେ ହେବ ନୂଆ ଭୁବନେଶ୍ୱର। ରାଜଧାନୀର ଉପକଣ୍ଠରେ ଥିବା ମଳିପଡ଼ା, ଦାସପୁର, ଅନ୍ଧାରୁଆ, ଗୋଠପାଟଣା ଭଳି ଅଞ୍ଚଳକୁ ନେଇ ହେବ ନୂଆ ସହର ହେବା ନେଇ ଓଡ଼ିଶାର ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ନିଜର ଅଭିଭାଷଣ ଦ୍ଵାରା ମନ୍ତ୍ରୀ କହିଛନ୍ତି ଯେ, ସିଙ୍ଗାପୁର ସରକାର ଉକ୍ତ ଟାଉନସିପର ଡ୍ରଇଂ ଡିଜାଇନ୍ ଏବଂ ଲେଆଉଟ୍ ପ୍ରସ୍ତୁତ କରୁଛନ୍ତି । ଏହା ଗୁଜରାଟର ଧୋଲେରା ସ୍ମାର୍ଟ ସିଟି ଶୈଳୀରେ ତିଆରି କରାଯିବ। ଆଗାମୀ ପ୍ରକଳ୍ପରେ ପାର୍କ, ହସ୍ପିଟାଲ, ଲୋକଙ୍କ ପାଇଁ ବାସଗୃହ, ଶିଳ୍ପ କ୍ଷେତ୍ରକୁ ମଧ୍ୟ ଗୁରୁତ୍ୱ ଦିଆଯିବ । ସିଙ୍ଗାପୁର ସରକାର ଏହାର ଡିପିଆର ପ୍ରସ୍ତୁତ କରୁଥିବା ବେଳେ, ଆବଶ୍ୟକୀୟ ପାଣ୍ଠି ଆବଣ୍ଟନ କରାଯାଇଛି। ଦୁଇ ମାସ ମଧ୍ୟରେ ଡିପିଆର ରାଜ୍ୟ ସରକାରଙ୍କୁ ଉପସ୍ଥାପିତ କରାଯିବ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score