Explore

Search

September 21, 2026 12:42 am

ଆଜି ମୁମ୍ବାଇ ଓ ବେଙ୍ଗାଲୁରୁ ମଧ୍ୟରେ ହେବ ମ୍ୟାଚ

ଆଇପିଏଲ ସଂସ୍କରଣରେ ଆଜି ମୁମ୍ବାଇକୁ ଭେଟିବ ବେଙ୍ଗାଲୁରୁ l ମୁମ୍ବାଇ ସହରର ୱାଙ୍ଖଡେ ଷ୍ଟାଡ଼ିୟମରେ ମୁମ୍ବାଇ ଇଣ୍ଡିଆନ୍‌ସ ଓ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହେବ l ଏହି ମ୍ୟାଚରେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ରହିବ କାରଣ ଭାରତୀୟ ଦଳର ଦୁଇ ତାରକା ଖେଳାଳୀ ବିରାଟ କୋହଲି ଓ ରୋହିତ ଶର୍ମାଙ୍କୁ ପରସ୍ପର ବିପକ୍ଷରେ ଖେଳିବାର ଦେଖିବାକୁ ମିଳିବ।ଉଭୟ ଦଳ ଶେଷ ମ୍ୟାଚରେ ପରାଜିତ ହୋଇଥିବାରୁ ବିଜୟ ଧାରାକୁ ଫେରିବ‌ା ନେଇ ଲକ୍ଷ୍ୟ ରଖିଛନ୍ତି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତାଧିନ ମୁମ୍ବାଇ ଇଣ୍ଡିଆନ୍‌ସ ୪ଟି ମ୍ୟାଚରୁ ମାତ୍ର ଗୋଟିଏ ବିଜୟ ହାସଲ କରିଥିବାବେଳେ ୩ଟି ପରାଜିତ ହୋଇଛି। ଦଳ ବ୍ୟାଟିଂ ଓ ବୋଲିଂ ଉଭୟ କ୍ଷେତ୍ରରେ ଅସ୍ଥିର ପ୍ରଦର୍ଶନ କରୁଛି। ଆଜିର ମ୍ୟାଚ୍ ରେ ଏହି ଦୁଇ ଦଳର କଣ ମାଷ୍ଟର ପ୍ଳାନ ରହୁଛି ତାହା ଦେଖିବାକୁ ବାକି ରହିଲା l

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score