Explore

Search

January 14, 2026 4:29 am

ଓଡ଼ିଶାରେ ହେବ ଆଉ ଦୁଇଗୋଟି ବାଟାଲିୟନ

ଓଡ଼ିଶାରେ ଆଗାମୀ ଦିନରେ ଶିଳ୍ପ ପ୍ରତିଷ୍ଠାନ ଓ ବାଣିଜ୍ୟିକ କାରବାର ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ସ୍ଥାନଗୁଡ଼ିକର ସୁରକ୍ଷା ପାଇଁ ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ’ର ଆଉ ଦୁଇଟି ନୂତନ ବାଟାଲିଅନ ଗଠନ କରାଯିବା ସମ୍ପର୍କିତ ପ୍ରସ୍ତାବକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମଞ୍ଜୁର କରିଛନ୍ତି। ଏହି ଦୁଇଟି ନୂତନ ବାଟାଲିଅନ ପାଇଁ ସମୁଦାୟ ୨୦୮୦ ଟି ପଦବୀ ମଧ୍ୟ ସୃଷ୍ଟି କରାଯାଇଛି ।

ପୂର୍ବରୁ ରାଜ୍ୟରେ କେବଳ ଗୋଟିଏ ବାଟାଲିଅନ କାର୍ଯ୍ୟରତ ଥିଲା, ଯାହାର ସମୁଦାୟ ପଦବୀ ସଂଖ୍ୟା ୧୮୦୭ ଥିଲା। ମାନ୍ୟବର ମୁଖ୍ୟମନ୍ତ୍ରୀ ଚଳିତ ବର୍ଷ ଏପ୍ରିଲ ମାସରେ ଗୋଟିଏ ନୂଆ ବାଟାଲିଅନ ସୃଷ୍ଟି କରିଥିଲେ । ଏହାଦ୍ୱାରା ସମୁଦାୟ ୨ଟି ବାଟାଲିଅନ କାର୍ଯ୍ୟ କରୁଥିଲା ଏବଂ ଏହି ୨ଟି ବାଟାଲିଅନର ମୋଟ ପଦବୀ ସଂଖ୍ୟା ୨୮୪୭ ଥିଲା । ବର୍ତ୍ତମାନ ତୃତୀୟ ଓ ଚତୁର୍ଥ ବାଟାଲିଅନ ସୃଷ୍ଟି ହେବା ପରେ ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ’ ରେ ସମୁଦାୟ ପଦବୀ ସଂଖ୍ୟା ୪୯୨୭ କୁ ବୃଦ୍ଧି ପାଇଛି l

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score