Explore

Search

March 1, 2026 8:55 pm

ଓଡିଶା ବିଦ୍ୟୁତ ନିୟାମକ ଆୟୋଗ (ଓଇଆରସି) ଅଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ ପ୍ରଦୀପ ଜେନା

ଓଡିଶା ବିଦ୍ୟୁତ ନିୟାମକ ଆୟୋଗ (ଓଇଆରସି) ଅଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ ପ୍ରଦୀପ ଜେନା

ରାଜ୍ଯରେ ଖାଲିଥିବା ଓଡିଶା ବିଦ୍ୟୁତ ରେଗୁଲାରିଟି କମିଶନ ପଦ ପାଇଁ ନବନିଯୁକ୍ତ ହେଲେ ଅବସରପ୍ରାପ୍ତ ଅଧିକାରୀ ପ୍ରଦୀପ ଜେନା l ସେ ୧୯୮୯ ବ୍ୟାଚ ଭାରତୀୟ ପ୍ରଶାସନିକ ସେବା ଅଫିସର। ୧୯୯୧ରେ କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ର ସବ-କଲେକ୍ଟର ଭାବେ କ୍ୟାରିଅର ଆରମ୍ଭ କରିଥିଲେ ପ୍ରଦୀପ। ପରେ କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାପାଳ ମଧ୍ୟ ହୋଇଥିଲେ। ବିଭିନ୍ନ କ୍ଷେତ୍ରରେ ତାଙ୍କର ସଫଳତା ପାଇଁ ତୃଣମୂଳ ସ୍ତରରୁ ପ୍ରଶଂସା ପାଇଛନ୍ତି ପ୍ରଦୀପ ଜେନା। କଟକ ଜିଲ୍ଲାପାଳ ଥିବା ବେଳେ ୧୯୯୯ ମସିହାରେ ବାତ୍ୟା ପରିଚାଳନାରେ ଦକ୍ଷତା ପ୍ରତିପାଦନ କରିଥିବା ବେଳେ ରାଜ୍ୟ ଓ ଜାତୀୟ ସ୍ତରରୁ ପ୍ରଶଂସା ପାଇଥିଲେ। ଶକ୍ତି ବିଭାଗର ସଚିବ ଥିବା ବେଳେ ଫାଇଲିନ୍ ବାତ୍ୟାରେ ଗଞ୍ଜାମରେ ବିଦ୍ୟୁତ ଭିତ୍ତିଭୂମି ସମ୍ପୂର୍ଣ୍ଣ ବିଗିଡିଯାଇଥିଲା। ସେଠାରେ ତୁରନ୍ତ ପୂର୍ବସ୍ଥିତିକୁ ଫେରିବାରେ ପ୍ରଦୀପ ଜେନାଙ୍କ ମୁଖ୍ୟ ଭୂମକା ଥିଲା। ଗୋଟିଏ ସମୟରେ ବାଣିଜ୍ୟ କମିଶନର ଓ ରାଜ୍ୟ ପରିବହନ କମିଶନର ଭାବେ ଦାୟିତ୍ବ ପରିବହନ କରିଥିଲେ । ଓଡ଼ିଶା ଆର୍ଥିକ ଦୁର୍ବଳ ଥିବା ସମୟରେ ସେ ଉଲ୍ଲେଖନୀୟ କାମ କରିଥିଲେ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ମଧ୍ୟ ବେଶ ପ୍ରଶଂସାଯୋଗ୍ୟ କାମ କରିଥିଲେ ପ୍ରଦୀପ ଜେନା ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score