ଆକାଶମାର୍ଗରୁ ବାଲେଶ୍ୱର, ଭଦ୍ରକ ଓ ଯାଜପୁରର ବନ୍ୟା ପରିସ୍ଥିତି ଅନୁଧ୍ୟାନ ପରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବିବୃତ୍ତି ଅନୁଯାୟୀ ୩ଟି ଜିଲ୍ଲାର ୮ଟି ବ୍ଲକର ୮୧ଟି ଗାଁ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଥିବା ବେଳେ ୫୮୬୯ ଜଣ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର, ୧୦ ହଜାର ଲୋକଙ୍କୁ ରନ୍ଧାଖାଦ୍ୟ ଦିଆଯାଉଛି, ଜଳସ୍ତର କମୁଛି, ପରିସ୍ଥିତି ନିୟନ୍ତ୍ରଣାଧୀନ ଅଛି l ସେହିପରି ଆଗାମୀ ୭ଦିନ ପର୍ଯ୍ୟନ୍ତ ରନ୍ଧାଖାଦ୍ୟ ଯୋଗାଇ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି l ବନ୍ୟା ପରବର୍ତ୍ତୀ ସମୟରେ ଡାଇରିଆ ଓ ଅନ୍ୟ ଜଳବାହିତ ରୋଗ ରୋକିବା ପାଇଁ ଆଗୁଆ ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି l କ୍ଷୟକ୍ଷତି ରିପୋର୍ଟ ଶୀଘ୍ର ପ୍ରଦାନ କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି, ରିପୋର୍ଟ ପରେ ସହାୟତା ପ୍ରଦାନ ବ୍ୟବସ୍ଥା କରାଯିବ l
ଧନଜୀବନର ସୁରକ୍ଷା ପାଇଁ ବାଲେଶ୍ବର ଜିଲ୍ଲାରେ ୧୭ଟି ଓଡ୍ରାଫ୍ ଓ ୧୩ଟି ଅଗ୍ନିଶମ ସେବା ଟିମ୍, ଭଦ୍ରକ ଜିଲ୍ଲାରେ ଗୋଟିଏ ଜାତୀୟ ବିପର୍ଯ୍ୟୟ ସୁରକ୍ଷା ବଳ, ଗୋଟିଏ ଓଡ୍ରାଫ୍ ଓ ୧୩ଟି ଅଗ୍ନିଶମ ସେବା ଟିମ୍, ଯାଜପୁର ଜିଲ୍ଲାରେ ଗୋଟିଏ ଓଡ୍ରାଫ୍ ଓ ୧୪ଟି ଅଗ୍ନିଶମ ସେବା ଟିମ୍ ମୁତୟନ କରାଯାଇଛି ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି l

Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |