Explore

Search

March 13, 2025 3:41 am

Genres

ଏଣିକି ଏପ୍ରିଲ ୨୪ରେ ପାଳନ ହେବ ପଞ୍ଚାୟତିରାଜ ଦିବସ : ଓଡିଶା ସରକାର

ଏଣିକି ଏପ୍ରିଲ ୨୪ରେ ପାଳନ ହେବ ପଞ୍ଚାୟତିରାଜ ଦିବସ : ଓଡିଶା ସରକାର

ରାଜ୍ଯରେ ସମ୍ମାନିତ କରାଯିବ ତୃଣମୂଳସ୍ତରରେ କାର୍ଯ୍ୟରତ ପଞ୍ଚାୟତ ପ୍ରତିନିଧିମାନଙ୍କୁ ଏଥି ସହିତ ପ୍ରତିବର୍ଷ ଓଡିଶାରେ ପ୍ରତି ବର୍ଷ ଅପ୍ରେଲ ୨୪ ତାରିଖକୁ ଜାତୀୟ ପଞ୍ଚାୟିତରାଜ ଦିବସ ରୂପେ ପାଳନ କରାଯିବାର ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଏହି ଦିନ ବିଭିନ୍ନ ରାଜ୍ୟର ପଞ୍ଚାୟତ ପ୍ରତିନିଧି ମାନଙ୍କୁ ପୁରସ୍କାର ପ୍ରଦାନ, ରାଷ୍ଟ୍ରୀୟ ଗୌରବ ଗ୍ରାମସଭା ପୁରସ୍କାର, ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ପୁରସ୍କାର ଆଦି ପ୍ରଦାନ କରାଯିବା ସହ ପଞ୍ଚାୟତିରାଜ ଦିବସ ପାଳନରେ ଜାତୀୟ ଓ ରାଜ୍ୟ ସ୍ତରରେ ଥିବା ଏହି ଅସଂହତି ଦୂର କରିବା ପାଇଁ ଓଡିଶାରେ ମାର୍ଚ୍ଚ ୫ ତାରିଖକୁ ଆଉ ପଞ୍ଚାୟତିରାଜ ଦିବସ ରୂପେ ପାଳନ କରାନଯାଇ ଅପ୍ରେଲ ୨୪ ତାରିଖରେ ପାଳନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଲୋକସେବା ଦିବସ ମଧ୍ୟ ଅପ୍ରେଲ ୨୪ ତାରିଖରେ ପାଳନ କରାଯିବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ।
ମାର୍ଚ୍ଚ ୫ ତାରିଖ ହେଉଛି ଓଡିଶାର ମହାନ ବରପୁତ୍ର ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ । ଏହାକୁ ରାଜ୍ୟ ସରକାର ମହାସମାରୋହରେ ପାଳନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ତେବେ ଏହି ଦିବସକୁ ସରକାରୀ ଛୁଟି ଭାବେ ପାଳନ କରାଯିବ ନାହିଁ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score