ହୀରାକୁଦ ଜଳଭଣ୍ଡାରରୁ ଛଡ଼ାଗଲା ବର୍ଷର ପ୍ରଥମ ବନ୍ୟାଜଳ। ପୂଜାର୍ଚ୍ଚନା ପରେ ପ୍ରଥମେ ୭ ନମ୍ବର ଗେଟ୍ ଖୋଲାଯାଇଛି।ପର୍ଯ୍ୟାୟକ୍ରମେ ୧୨ଟି ଗେଟ୍ ଖୋଲାଯିବ। ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୦୯.୬ ଫୁଟ୍ ରହିଛି । ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୧ଲକ୍ଷ ୨୨ ହଜାର ୯୦୬ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ, ୨ ଲକ୍ଷ କ୍ୟୁସେକ ଜଳ ନିଷ୍କାସିତ ହେଉଛି । ବନ୍ୟାଜଳ ବୃଦ୍ଧି ପାଉଥିବାରୁ ହୀରାକୁଦରୁ ପାଣି ଛାଡ଼ିବାକୁ ନିଷ୍ପତ୍ତି ହୋଇଛି । ଏଥିପାଇଁ ତଳିଆ ଅଞ୍ଚଳର ଲୋକଙ୍କୁ ସତର୍କ କରାଯାଇଛି । ମହାନଦୀକୁ ନଯିବା ପାଇଁ ଆଲର୍ଟ କରାଯାଇଛି। ଅନ୍ୟପଟେ ବର୍ଷର ପ୍ରଥମ ବନ୍ୟାଜଳ ଖୋଲି ଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ବଢ଼ିବାରେ ଲାଗିଛି। ସେହିପରି ମହାନଦୀ ତଟବର୍ତ୍ତୀ ଥିବା ୧୩ଟି ଜିଲ୍ଲାର ଜିଲ୍ଲାପାଳ ଓ ଏସପିଙ୍କୁ ମଧ୍ୟ ସତର୍କ କରାଯାଇଛି।

Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |