Explore

Search

July 17, 2025 3:06 am

Genres

ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କ ସହ ଭେଟ ହେଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାକ୍ଷାତକାର କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ମାଝୀ l ଏହି ଅବସରରେ କଟକ ତାରକସୀ ରେ ନିର୍ମିତ ପ୍ରତିମୂର୍ତ୍ତିକୁ ପ୍ରଧାନମନ୍ତ୍ରୀଙ୍କୁ ଭେଟି ଦେଇଥିଲେ ମୁଖ୍ୟମନ୍ତ୍ରୀ l ଏହାସହ ଏହି ବୈଠକରେ ମୁଖ୍ଯମନ୍ତ୍ରୀ ମୋହନ ମାଝୀ ଓଡ଼ିଶାର ବିକାଶକୁ ନେଇ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିବାର ସୂଚନା ମିଳିଛି l ମାଝୀଙ୍କ ଫାଇଲ ରାଜ୍ଯରେ ଚର୍ଚ୍ଚା ବଢ଼ାଇଛି l ଯାହା ମୋଦିଙ୍କ ହାତରେ ଓଡ଼ିଶା ଫାଇଲ ଫଟୋ ଦେଖିବାକୁ ମିଳିଛି । ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସାକ୍ଷାତ ସମୟର ଫଟୋ ବଢାଇଲା ଚର୍ଚ୍ଚା । କାରଣ ରାଜ୍ୟରେ ମନ୍ତ୍ରୀମଣ୍ଡଳ ସଂପ୍ରସାରଣ ଆକଳନ ଭିତରେ ଏହି ଫାଇଲ ଚର୍ଚ୍ଚାକୁ ଅଧିକ ଖୋରାକ ଯୋଗାଇବା ସହ ଆଗାମୀ ଦିନରେ ରାଜ୍ୟରେ ମନ୍ତ୍ରୀମଣ୍ଡଳ ସଂପ୍ରସାରଣ ହେବାର ଯଥେଷ୍ଟ ସମ୍ଭାବନା ରହିଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ମଧ୍ୟ ଦିଲ୍ଲୀ ଗସ୍ତରେ ଯାଇଥିଲେ । ତେଣୁ ମନ୍ତ୍ରୀମଣ୍ଡଳ ସଂପ୍ରସାରଣ ନେଇ କେନ୍ଦ୍ର ବା ମୋଦି ସବୁଜ ସଙ୍କେତ ଦେଇଥିବା ଚର୍ଚ୍ଚା ହେଉଛି ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score