କୋରାପୁଟ : କୋରାପୁଟରେ ଗୁଞ୍ଜିଲା ଦେଶପ୍ରେମର ସ୍ୱର । ଆସନ୍ତା ସ୍ୱାଧୀନତା ଦିବସକୁ ଦୃଷ୍ଟିରେ ରଖି ଦେଶବ୍ୟାପୀ ଚାଲିଥିବା ‘ହର ଘର ତ୍ରିରଙ୍ଗା-୨୦୨୬’ ଅଭିଯାନକୁ ଜନଭାଗିଦାରୀ ମାଧ୍ୟମରେ ସଫଳ କରିବା ଉଦ୍ଦେଶ୍ୟରେ କୋରାପୁଟ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ବିଶାଳ ଜିଲ୍ଲାସ୍ତରୀୟ ତ୍ରିରଙ୍ଗା ରାଲି ଅନୁଷ୍ଠିତ ହୋଇଯାଇଛି । ଏହି ରାଲି କୋରାପୁଟ ପୋଲିସ ପଡ଼ିଆରୁ ଆରମ୍ଭ ହୋଇ କ୍ରୀଡ଼ା କମ୍ପ୍ଲେକ୍ସ ପର୍ଯ୍ୟନ୍ତ ପହଞ୍ଚିଥିଲା ।
ରାଲିରେ ଜିଲ୍ଲାର ବିଭିନ୍ନ ବିଭାଗର ଅଧିକାରୀ, କର୍ମଚାରୀ, ଛାତ୍ରଛାତ୍ରୀ, ସ୍ୱେଚ୍ଛାସେବୀ ସଂଗଠନ ଓ ସାଧାରଣ ଜନସାଧାରଣ ବହୁ ସଂଖ୍ୟାରେ ସାମିଲ ହୋଇଥିଲେ। ସମସ୍ତଙ୍କ ହାତରେ ତ୍ରିରଙ୍ଗା ପତାକା ଓ ଦେଶପ୍ରେମମୂଳକ ସ୍ଲୋଗାନ ପରିବେଶକୁ ଦେଶଭକ୍ତିର ରଙ୍ଗରେ ରଙ୍ଗାଇ ଦେଇଥିଲା।
କୋରାପୁଟ ଜିଲ୍ଲାପାଳ ଶ୍ରୀଯୁକ୍ତ ମନୋଜ ସତ୍ୟବାନ ମହାଜନଙ୍କ ନେତୃତ୍ୱରେ ଆୟୋଜିତ ଏହି ରାଲିର ମୁଖ୍ୟ ଉଦ୍ଦେଶ୍ୟ ଥିଲା ତ୍ରିରଙ୍ଗା ପ୍ରତି ସମ୍ମାନ, ଦେଶପ୍ରେମ ଏବଂ ଜାତୀୟ ଏକତାର ବାର୍ତ୍ତାକୁ ଘରେ ଘରେ ପହଞ୍ଚାଇବା। ଏହି ପରିପ୍ରେକ୍ଷୀରେ ଜିଲ୍ଲାପାଳ ସମସ୍ତଙ୍କୁ ସ୍ୱାଧୀନତା ଦିବସ ଅବସରରେ ନିଜ ଘର ଓ ପ୍ରତିଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ କରି ‘ହର ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବାକୁ ଆହ୍ୱାନ କରିଥିଲେ।
ଉଲ୍ଲେଖଯୋଗ୍ୟ ଯେ, ‘ହର ଘର ତ୍ରିରଙ୍ଗା’ ଅଭିଯାନ ମାଧ୍ୟମରେ ଦେଶର ପ୍ରତ୍ୟେକ ନାଗରିକଙ୍କ ମନରେ ଜାତୀୟ ପତାକା ପ୍ରତି ସମ୍ମାନ ଓ ଦେଶପ୍ରେମର ଭାବନାକୁ ଆହୁରି ସୁଦୃଢ଼ କରିବାକୁ ସରକାର ଉଦ୍ୟମ ଜାରି ରଖିଛନ୍ତି। କୋରାପୁଟରେ ଆୟୋଜିତ ଏହି ତ୍ରିରଙ୍ଗା ରାଲି ସେହି ଅଭିଯାନକୁ ଏକ ନୂତନ ଉତ୍ସାହ ପ୍ରଦାନ କରିଛି।
Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |
