Explore

Search

April 15, 2026 12:54 am

ଘୂର୍ଣ୍ଣିଝଡ଼ ‘ଦ୍ବିତା’ ପ୍ରଭାବ : କମିବ ଶୀତ, ବଢ଼ିବ କୁହୁଡ଼ି

ଭୁବନେଶ୍ବର : ଘୂର୍ଣ୍ଣିଝଡ଼ ‘ଦ୍ବିତା’ ପ୍ରଭାବରେ ଆସନ୍ତା ୩ ଦିନ ଯାଏଁ ତାପମାତ୍ରା ବଢିବା ସହ ଶୀତ କମିବ । ଆସନ୍ତା ୨୪ ଘଣ୍ଟା ଯାଏଁ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାକୁ ନଥିବା ବେଳେ ଏହାପରେ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ । ତେଣୁ ଶୀତର ପ୍ରକୋପ ହ୍ରାସ ପାଇବ । ସେପଟେ ଶୀତ କମିଲେ ମଧ୍ୟ ଘନ କୁହୁଡ଼ି ଦୃଶ୍ୟମାନ ହୋଇଛି । ଏପରିକି ଘନ କୁହୁଡ଼ି ନେଇ ସତର୍କ ସୂଚନା ଜାରି କରିଛି, ଭୁବନେଶ୍ୱର ପାଣିପାଗ କେନ୍ଦ୍ର ।

ରାଜ୍ୟର କିଛି ଜିଲ୍ଲାରେ ସାମାନ୍ୟ ବର୍ଷା ହୋଇଥିବା ବେଳେ ଆଜି ପାଗ ମୁଖ୍ୟତଃ ମେଘୁଆ ରହିବ। ଆସନ୍ତା ଡିସେମ୍ବର ୬ ତାରିଖ ପର୍ଯ୍ୟନ୍ତ ଜାରି ହୋଇଥିବା ପୂର୍ବାନୁମାନରେ ପାଗ ସାଧାରଣତଃ ଶୁଖିଲା ରହିବ। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ରାତିର ତାପମାତ୍ରା ବୃଦ୍ଧି ପାଇଥିବା ବେଳେ ପଶ୍ଚିମ ଓଡ଼ିଶାରେ ଶୀତର ପ୍ରକୋପ ଜାରି ରହିଛି।

ଗତ ୨୪ ଘଣ୍ଚା ମଧ୍ୟରେ ଝାରସୁଗୁଡ଼ାରେ ସର୍ବନିମ୍ନ ତାପମାତ୍ରା ୧୪ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ରାଜ୍ୟର ଅଧିକାଂଶ ସ୍ଥାନର ତାପମାତ୍ରା ୧୫ ରୁ ୨୦ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ଘୂର୍ଣ୍ଣିଝଡ଼ ‘ଦ୍ବିତା’ ପ୍ରଭାବରେ ରାଜ୍ୟରେ ବର୍ତ୍ତମାନ ଶୀତ ପ୍ରକୋପ ସାମାନ୍ୟ କମିଛି। ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା କ୍ରମଶଃ ବୃଦ୍ଧି ପାଇଛି। ଏପରିକି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲା ଯେପରିକି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ ସାମାନ୍ୟ ବର୍ଷା ହେବା ନେଇ ଆକଳନ କରିଛି ଭୁବନେଶ୍ବର ପାଣିପାଗ ବିଭାଗ। ବର୍ତ୍ତମାନ ତାପମାତ୍ରାରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ। ଏହାପରେ ପରବର୍ତ୍ତୀ ୪ ଦିନ ଭିତରେ ସର୍ବନିମ୍ନ ତାପମାତ୍ରା ବର୍ତ୍ତମାନ ତୁଳନାରେ ୨ରୁ ୩ ଡିଗ୍ରୀ କମିପାରେ ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score