Explore

Search

January 15, 2026 7:23 pm

ଜଳ ସଂରକ୍ଷଣ ଓ ପରିଚାଳନା କ୍ଷେତ୍ରରେ ବାଜିମାତ କଲା ଓଡିଶା :ଶ୍ରେଷ୍ଠ ରାଜ୍ୟ ବର୍ଗ ତାଲିକାରେ ଓଡ଼ିଶା ପ୍ରଥମ

Odisha Government

କେନ୍ଦ୍ର ଜଳଶକ୍ତି ମନ୍ତ୍ରାଳୟ ତରଫରୁ ପଞ୍ଚମ ଜାତୀୟ ଜଳ ପୁରସ୍କାର ଘୋଷଣା କରାଯାଇଛି। ଏଥିରେ ଓଡ଼ିଶାକୁ ବଡ଼ ସଫଳତା ମିଳିଛି । ଜଳ ସଂରକ୍ଷଣ ଦିଗରେ ବ୍ୟାପକ କାମ କରୁଥିବା ଯୋଗୁଁ ଓଡ଼ିଶାକୁ ଶ୍ରେଷ୍ଠ ରାଜ୍ୟ ଭାବେ ମାନ୍ୟତା ମିଳିଛି । ସେହିପରି ବଲାଙ୍ଗିରକୁ ଶ୍ରେଷ୍ଠ ଜିଲ୍ଲା, ପୁରୀକୁ ଶ୍ରେଷ୍ଠ ସହରାଞ୍ଚଳ ସଂସ୍ଥା ଓ ମୟୂରଭଞ୍ଜର ଖଇରବାଣି ଆଶ୍ରମ ସ୍କୁଲକୁ ଶ୍ରେଷ୍ଠ ବିଦ୍ୟାଳୟ ଭାବେ ମାନ୍ୟତା ମିଳିଛି । ଏହି ୪ ବର୍ଗରେ ଓଡ଼ିଶା ଜାତୀୟ ଜଳ ପୁରସ୍କାର ପାଇବ ।

ଗତକାଲି (ସୋମବାର) କେନ୍ଦ୍ର ଜଳ ଶକ୍ତି ମନ୍ତ୍ରୀ ସି.ଆର ପାଟିଲ ନୂଆଦିଲ୍ଲୀର ଶ୍ରମଶକ୍ତି ଭବନଠାରେ ଜାତୀୟ ଜଳ ଶକ୍ତି ପୁରସ୍କାର ବିଜେତାଙ୍କ ତାଲିକା ଘୋଷଣା କରିଥିଲେ। ଶ୍ରେଷ୍ଠ ରାଜ୍ୟ ଭାବେ ଓଡିଶା ପ୍ରଥମ, ଉତ୍ତର ପ୍ରଦେଶ ଦ୍ୱିତୀୟ ସ୍ଥାନରେ, ଗୁଜରାଟ ଏବଂ ପୁଡୁଚେରୀ ମିଳିତ ଭାବେ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ପ୍ରତ୍ୟେକ ବିଜେତା ରାଜ୍ୟକୁ ପୁରସ୍କାର ରାଶି ପ୍ରଦାନ କରାଯିବ। ଏହି ପୁରସ୍କାର ବିତରଣ ସମାରୋହ ଆସନ୍ତା ୨୨ ତାରିଖରେ ପୂର୍ବାହ୍ନ ୧୧ଟାରେ ନୂଆଦିଲ୍ଲୀର ବିଜ୍ଞାନ ଭବନସ୍ଥିତ ପ୍ଲେନାରୀ ହଲରେ ଅନୁଷ୍ଠିତ ହେବାକୁ ଯାଉଛି। ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗଦେବା ନେଇ ସୂଚନା ରହିଛି।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score