Explore

Search

January 15, 2026 10:46 am

ଝାରସୁଗୁଡ଼ାରୁ ମୁମ୍ବାଇ ଓ ଭୁବନେଶ୍ଵରରୁ ଲକ୍ଷ୍ନୌକୁ ଚାଲିବ ବିମାନ ସେବା

air service

ଭୁବନେଶ୍ବର/ଝାରସୁଗୁଡ଼ା: ଏଣିକି ଭୁବନେଶ୍ବର ଓ ଝାରସୁଗୁଡ଼ା ବିମାନ ଦେଶର ଅନ୍ୟ ସହରମାନଙ୍କ ସହିତ ଯୋଡିହେବେ l ସୂଚନାଯୋଗ୍ୟ ଯେ ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଇନ୍ଦୋର, ଡେରାଡୁନ୍, କୋଚି, ଜୟପୁର ଏବଂ ଲକ୍ଷ୍ନୌକୁ ସିଧାସଳଖ ବିମାନ ସେବା ଆରମ୍ଭ ହେବ। ପଶ୍ଚିମ ଓଡିଶାର ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ହାଇଦ୍ରାବାଦ୍, ରାୟପୁର, ଲକ୍ଷ୍ନୌ, ପରେ ମୁମ୍ବାଇକୁ ସିଧାସଳଖ ବିମାନ ଦେଖା ସେବା ଆରମ୍ଭ ହେବ। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ଏହି ବିମାନ ସେବା ଆରମ୍ଭ ହେବା ଦ୍ୱାରା ରାଜ୍ୟର ଅର୍ଥନୈତିକ ବିକାଶକୁ ନୂଆ ପରିଚୟ ମିଳିବା ସହ ଆନ୍ତଃ ରାଜ୍ୟ ଯୋଗାଯୋଗ ବ୍ୟବସ୍ଥା ସୁଦୃଢ଼ ହେବା ସହିତ ରାଜ୍ୟର ପ୍ରଗତି ହେବ ବୋଲି କୁହାଯାଇଛି।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score