Explore

Search

February 16, 2026 12:57 am

ପାଣି ପାଗ ପକ୍ଷରୁ ଅସିଲା ଗୁରୁତ୍ୱପୂର୍ଣ୍ଣ ସୂଚନା :୭ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

Weather News

ସାରା ରାଜ୍ୟରେ ଏବେ ମୌସୁମୀ ଜନିତ ଲଗାନା ବର୍ଷା ଜାରି ରହିଛି ତେବେ ଏଥି ମଧ୍ୟରେ ପାଣିପାଗ ପକ୍ଷରୁ ଆସିଛି ଏକ ଗୁରୁତ୍ୱପୂର୍ଣ ସୂଚନା। ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼, କୋରାପୁଟ ଓ ନବରଙ୍ଗପୁର। ଏସବୁ ଜିଲ୍ଲାରେ ୭୦ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବା ସମ୍ଭାବନା ରହିଛି।

ସେହିପରି ବର୍ଷା ପାଇଁ ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେଗୁଡ଼ିକ ହେଲା – ବରଗଡ଼, ବଲାଙ୍ଗିର, କଳାହାଣ୍ଡି, ନୂଆପଡ଼ା, ରାୟଗଡ଼ା, ଦେଓଗଡ଼, ସମ୍ବଲପୁର, ସୋନେପୁର, ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଭଦ୍ରକ, ବାଲେଶ୍ଵର, କେନ୍ଦୁଝର ଓ ମୟୂରଭଞ୍ଜ

ଅନ୍ୟପଟେ ଲଗାଣ ବର୍ଷ ଯୋଗୁ ବଢ଼ିବାରେ ଲାଗିଛି ମହାନଦୀରେ ଜଳସ୍ତର ତେଣୁ ସତର୍କ ରହିବାକୁ ସୂଚନା ଦେଇଛନ୍ତି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score