Explore

Search

March 2, 2026 11:14 pm

ପୁଟିନ ଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

Narendra Modi

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗତକାଲି ରୁଷ ରାଷ୍ଟ୍ରପତି ମହାମହିମ ଶ୍ରୀ ଭ୍ଲାଦିମିର ପୁଟିନଙ୍କ ସହ ଟେଲିଫୋନ ଯୋଗେ ଆଲୋଚନା କରିଛନ୍ତି। ତେବେ ଏହି ଆଲୋଚନାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ୟୁକ୍ରେନ ଗସ୍ତର ଅଭିଜ୍ଞତା ବାଣ୍ଟିଥିବା ଜଣାପଡିଛି। ଏଥି ସହିତ ଋଷ-ୟୁକ୍ରେନ ଯୁଦ୍ଧକୁ ନେଇ ଲାଗିରହିଥିବା ବିବାଦ ଉପରେ ମଧ୍ୟ ମତ ବିନିମୟ କରିଥିବା ଦେଖିବାକୁ ମିଳିଛି।

ଦୁଇ ଦେଶ ମଧ୍ୟରେ ରାଜନୀତିକ ଭାଗିଦାରୀକୁ ଆହୁରି ମଜବୁତ କରିବା ଉପରେ ମଧ୍ୟ ଦୁଇ ନେତା ଆଲୋଚନା କରିଛନ୍ତି ବୋଲି ପ୍ରଧାନମନ୍ତ୍ରୀ ମୋଦୀ ‘ଏକ୍ସ’ରେ ସୂଚନା ଦେଇଛନ୍ତି।

ନିକଟରେ ପ୍ରଧାନମନ୍ତ୍ରୀ ମୋଦୀ ୟୁକ୍ରେନ ଗସ୍ତ କରିଥିଲେ। ସେ ରାଷ୍ଟ୍ରପତି ଜେଲେନସ୍କିଙ୍କୁ ଭେଟି ୟୁକ୍ରେନକୁ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇବା ବିଷୟରେ କହିଥିଲେ। ଦୁଇ ଦେଶ ମଧ୍ୟରେ ଲାଗି ରହିଥିବା ବିବାଦର କେବଳ ଆଲୋଚନା ମାଧ୍ୟମରେ ସମାଧାନ ହୋଇ ପାରିବ ବୋଲି ସେ କହିଥିଲେ। ଏଥି ସହ ଆହୁରି ମଧ୍ୟ ସୂଚନା ରହିଛି କି ୟୁକ୍ରେନ ଶାନ୍ତି ସମ୍ମିଳନୀ ଆୟୋଜନ କରିବା ପାଇଁ ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କି ଭାରତର ନାମ ପ୍ରସ୍ତାବ ଦେଇଛନ୍ତି। ଏହା ସହ ସଂଘର୍ଷର ଶୀଘ୍ର, ସ୍ଥାୟୀ ଏବଂ ଶାନ୍ତପୂର୍ଣ୍ଣ ସମାଧାନର ସମର୍ଥନ କରିବା ପାଇଁ ଭାରତର ପ୍ରତିବଦ୍ଧତାକୁ ଦୋହରାଇଛନ୍ତି।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score