ଭୁବନେଶ୍ବର: ପ୍ରବାସୀ ଭାରତୀୟ ଦିବସ ପରେ ଓଡ଼ିଶାରେ ପୁଣି ଜାନୁଆରୀ ୨୮ରୁ ଉତ୍କର୍ଷ ଓଡ଼ିଶା କନକ୍ଲେଭ ଆରମ୍ଭ ହେବ । ଏହା ଦୁଇ ଦିନ ଧରି ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଆୟୋଜିତ ହେବ । ଏହି ସମ୍ମିଳନୀରେ ଦେଶର ବଡ଼ ବଡ଼ ଶିଳ୍ପପତିଙ୍କ ସମତେ ବହୁ ବିଦେଶୀ ପୁଞ୍ଜି ନିବେଶକ ଯୋଗ ଦେବେ । ଏହି କନକ୍ଲେଭକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦଘାଟନ କରିବେ । ଯାହାପାଇଁ ପୋଲିସ କମିସନରେଟ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି l
ମେଗା ନିବେଶକ ସମ୍ମିଳନୀ- ଉତ୍କର୍ଷ ଓଡ଼ିଶା ମେକ୍ ଇନ୍ ଓଡ଼ିଶା କନକ୍ଲେଭ ୨୦୨୫କୁ ନେଇ ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ କହିଛନ୍ତି, ନୂଆ ସରକାର ନିଯୁକ୍ତିଭିତ୍ତିକ ଶିଳ୍ପକୁ ଅଧିକ ଗୁରୁତ୍ୱ ଦେଉଛନ୍ତି ।
ଉତ୍କର୍ଷ ଓଡ଼ିଶା କନକ୍ଲେଭକୁ ସଫଳ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ କରାଯାଉଛି । ପ୍ରବାସୀ ଭାରତୀୟ ଦିବସ ସମ୍ମେଳନ ପରି ଏହାକୁ କିପରି ସଫଳତାର ସହ ଆୟୋଜନ କରାଯିବ ସେଥି ପ୍ରତି ଗୁରୁତ୍ୱ ଦିଆଯାଉଛି ।
Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |