Explore

Search

April 16, 2026 10:49 pm

ଭଞ୍ଜନଗରରେ ରାଜ୍ୟର ପ୍ରଥମ ସରକାରୀ ଓ୍ବାଟର୍‌ ପାର୍କ, ପର୍ଯ୍ୟଟକଙ୍କ ପାଇଁ ହେବ ପ୍ରମୁଖ ଆକର୍ଷଣ

ଗଞ୍ଜାମ ଜିଲ୍ଲାର ପର୍ଯ୍ୟଟନ ମାନଚିତ୍ରରେ ସାମିଲ୍ ହୋଇଛି ଭଞ୍ଜନଗର ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ପରିସରରେ ନିର୍ମିତ ହୋଇଥିବା ରାଜ୍ୟର ପ୍ରଥମ ସରକାରୀ ୱାଟର ପାର୍କ l ଏହା ଜଳସମ୍ପଦ ବିଭାଗ ଦ୍ବାରା ପରିଚାଳିତ ହେଉଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ତାହାକୁ ଉଦ୍‌ଘାଟନ କରିଥିଲେ। ଏଥିସହ ନବ ନିର୍ମିତ ଫୁଡ କୋର୍ଟକୁ ମଧ୍ୟ ବିଧାୟକ ଉଦଘାଟନ କରିଛନ୍ତି।

ଓ୍ବାଟର ପାର୍କ ଉଦ୍‌ଘାଟନ ଅବସରରେ ବିଧାୟକ ନାୟକ କହିଥିଲେ ଯେ ଉକ୍ତ ପାର୍କକୁ ରାଜ୍ୟର ଏକ ନମ୍ବର ପାର୍କ କରାଯିବ। ଏଥିପାଇଁ ପଦକ୍ଷେପ ନିଆଯାଇଛି। ୱାଟର ପାର୍କ ଖୋଲିବା ପରେ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ପର୍ଯ୍ୟଟକମାନେ ଆସି ତାହାର ମଜା ଉଠାଇବେ। ଆଗାମୀ ଦିନରେ ଭଞ୍ଜନଗର ପର୍ଯ୍ୟଟକଙ୍କ ପାଇଁ ଆକର୍ଷଣର କେନ୍ଦ୍ର ବିନ୍ଦୁ ହେବ। ଏଥିସହ ଆମ ଅଞ୍ଚଳର ଅନେକ ପରିବାର ପ୍ରତ୍ୟକ୍ଷ ଏବଂ ପରୋକ୍ଷ ଭାବେ ଆତ୍ମନିର୍ଭରଶୀଳ ହୋଇପାରିବେ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ଉପ ଜିଲାପାଳ ଉମା ଶଙ୍କର ବେହେରା, ଏନ୍‌ଏସି ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର, ବ୍ଲକ ଅଧ୍ୟକ୍ଷ ନରି ସଭା ନାୟକ, ଭାଜପା ଘୁମୁସର ସାଂଗଠନିକ ଜିଲା ସଭାପତି ନୀଳ ମାଧବ ପାତ୍ର, ଏମ୍‌ପି ପ୍ରତିନିଧି ଶିବ ଶଙ୍କର ପ୍ରଧାନ, ସନ୍ତୋଷ ତିଆଡି, ରବିନ୍ଦ୍ର ଗୌଡ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ଜଳସମ୍ପଦ ବିଭାଗର ଯନ୍ତ୍ରୀ, କର୍ମଚାରୀ ସହଯୋଗ କରିଥିଲେ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score