Explore

Search

April 20, 2026 12:58 pm

ଶ୍ରମିକଙ୍କ ଦୈନିକ ମଜୁରୀ ବୃଦ୍ଧି କଲେ ମୋହନ ସରକାର

ଶ୍ରମିକଙ୍କ ପାଇଁ ଖୁସିର ଖବର l ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରମିକଙ୍କ ଦୈନିକ ମଜୁରୀ ବଢାଇଛନ୍ତି l ଯାହା ଶ୍ରମିକ ମାନଙ୍କ ପାଇଁ ସର୍ବନିମ୍ନ ଦୈନିକ ମଜୁରୀରେ ୧୦ ଟଙ୍କା ବୃଦ୍ଧି ହୋଇଛି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ଦେଇଛନ୍ତି ।ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ସୁନାମ ଅର୍ଜନ କରିଥିବା ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଶ୍ରମିକ ମାନଙ୍କ ବୃହତ ସ୍ବାର୍ଥକୁ ଦୃଷ୍ଟିରେ ରଖି ଏହି ମଜୁରୀ ବୃଦ୍ଧି କରିଛନ୍ତି । ଯାହାକୁ ନେଇ ଖୁସିବ୍ୟକ୍ତ କରିଛନ୍ତି ଶ୍ରମିକମାନେ ।ଏହି ନିଷ୍ପତ୍ତି ଅନୁଯାୟୀ ଅଣକୁଶଳୀ ଶ୍ରମିକ ମାନଙ୍କର ସର୍ବନିମ୍ନ ଦୈନିକ ମଜୁରୀ ୪୫୨ ଟଙ୍କାରୁ ୪୬୨ ଟଙ୍କାକୁ ବୃଦ୍ଧି ପାଇଛି। ସେହିପରି ଅର୍ଦ୍ଧକୁଶଳୀ ଶ୍ରମିକ ମାନଙ୍କ ମଜୁରୀ ୫୦୨ ଟଙ୍କାରୁ ୫୧୨ ଟଙ୍କା, କୁଶଳୀ ଶ୍ରମିକ ମାନଙ୍କ ଦୈନିକ ମଜୁରୀ ୫୫୨ ଟଙ୍କାରୁ ୫୬୨ ଟଙ୍କା ଏବଂ ଉଚ୍ଚ-କୁଶଳୀ ଶ୍ରମିକ ମାନଙ୍କର ସର୍ବନିମ୍ନ ଦୈନିକ ମଜୁରୀ ୬୦୨ ଟଙ୍କାରୁ ୬୧୨ ଟଙ୍କାକୁ ବୃଦ୍ଧି ପାଇଛି।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score