Explore

Search

January 14, 2026 3:58 am

ସିଏମଓ କାର୍ଯ୍ୟାଳୟରେ ହେବନି ଇଂରାଜୀ ନବବର୍ଷ ଉତ୍ସବ, କାହାକୁ ନାହିଁ ଅନୁମତି

ଭୁବନେଶ୍ୱର : ଇଂରାଜୀ ନୂଆବର୍ଷ ୨୦୨୬ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଆଗୁଆ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ଏହି ପରିପ୍ରେକ୍ଷୀରେ ସେ ବଡ଼ ପଦକ୍ଷେପ ନେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ନୂଆବର୍ଷ ଦିନରେ ଛୁଟି ନାହିଁ । ଏହି ଦିନ ସରକାରୀ କାର୍ଯ୍ୟ ଦିବସ । ତେଣୁ ଏହିଦିନ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ ସାଧାରଣ କାର୍ଯ୍ୟଦିବସ ଭାବେ ଚାଲିବ । କୌଣସି ଉତ୍ସବ ହେବ ନାହିଁ କି ଉପହାର ମଧ୍ୟ କାହାକୁ କାର୍ଯ୍ୟାଳୟ ଭିତରେ ଦେବେ ନାହିଁ । ଖାଲି ସେତିକି ନୁହେଁ ମୁଖ୍ୟମନ୍ତ୍ରୀଙ୍କୁ କିମ୍ବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀଙ୍କୁ ଇଂରାଜୀ ନବବର୍ଷର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇବାକୁ କେହି ବ୍ୟକ୍ତିଗତ ଭାବେ ନଆସିବାକୁ ଅନୁରୋଧ କରିଛନ୍ତି ।

ଏହି ଦିନ ସରକାରୀ କାର୍ଯ୍ୟ ଦିବସ ଥିବାରୁ, ସମସ୍ତ ରାଜ୍ୟ ସରକାରୀ କାର୍ଯ୍ୟାଳୟରେ ନିୟମିତ କାର୍ଯ୍ୟ ଜାରି ରହିବ । କୌଣସି ସରକାରୀ କାର୍ଯ୍ୟାଳୟ ଛୁଟି ରହିବନି । ଏପରିକି ସରକାରୀ କାର୍ଯ୍ୟାଳୟକୁ କୌଣସି ପ୍ରକାରେ ଇଂରାଜୀ ନୂଆବର୍ଷ ପାଳନର ସ୍ଥାନ ନକରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ପରାମର୍ଶ ଦେଇଛନ୍ତି । କେବଳ ବ୍ୟକ୍ତିଗତ ସୌଜନ୍ୟମୂଳକ ସମ୍ଭାଷଣ ବ୍ୟତୀତ କୌଣସି ପ୍ରକାର ଉତ୍ସବ, ଭେଟଘାଟ, ଭୋଜିଭାତ, ପାର୍ଟି ଇତ୍ୟାଦି ରାଜ୍ୟ ସରକାରୀ କାର୍ଯ୍ୟାଳୟ ପରିସର ମଧ୍ୟରେ ନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ସମସ୍ତ କାର୍ଯ୍ୟାଳୟ ଓ ଅନୁଷ୍ଠାନର ମୁଖ୍ୟ ଏହାକୁ କଡାକଡି ଭାବେ ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score