Explore

Search

February 23, 2026 7:28 am

ସ୍ୱାସ୍ଥ୍ୟ ବ୍ୟବସ୍ଥା ସୁଦୃଢ଼ କରିବାକୁ ମୁଖ୍ୟମନ୍ତ୍ରୀଙ୍କ କଠୋର ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଥିବା ସ୍ୱାସ୍ଥ୍ୟ ସେବାରେ ଗୁଣାତ୍ମକ ପରିବର୍ତ୍ତନ ଆଣିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କାର୍ଯ୍ୟପ୍ରଣାଳୀକୁ ସକ୍ରିୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତ ସଚିବ ଓ ଉଚ୍ଚପଦସ୍ଥ ଅଧିକାରୀଙ୍କୁ ସ୍ଥିତି ପରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ସ୍ୱାସ୍ଥ୍ୟ କେନ୍ଦ୍ର, ହସ୍ପିଟାଲ ଓ ଚିକିତ୍ସା ପ୍ରତିଷ୍ଠାନ ଗୁଡ଼ିକରେ ଚାଲୁଥିବା ସମସ୍ତ କାର୍ଯ୍ୟକୁ ଟିକନିକ ନିରୀକ୍ଷଣ କରି ତ୍ରୁଟି ସଂଶୋଧନ କରିବାସହ ତୁରନ୍ତ ସେଥିରେ ସୁଧାର ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ଜୋର ଦେଇଛନ୍ତି । ତେବେ ଲୋକସେବା ଭବନରେ ଆୟୋଜିତ ହୋଇଥିବା ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଯୋଗଦେଇ ସ୍ୱାସ୍ଥ୍ୟ ବିଭାଗର ଚାଲୁଥିବା ବିଭିନ୍ନ ଯୋଜନା ଓ ପ୍ରକଳ୍ପକୁ ନେଇ ଆଲୋଚନା କରିଥିଲେ ।

ଆଲୋଚନାରେ ଆୟୁଷ୍ମାନ ଭାରତ ଡିଜିଟାଲ ମିଶନ (ABDM)କୁ ରାଜ୍ୟସ୍ତରରେ କାର୍ଯ୍ୟକାରୀ କରିବା ପାଇଁ ପ୍ରସ୍ତାବ ଉପସ୍ଥାପିତ ହୋଇଥିଲା। ଏହି ଡିଜିଟାଲ ସ୍ୱାସ୍ଥ୍ୟ ସେବା ମାଧ୍ୟମରେ ରୋଗୀମାନଙ୍କୁ ଅଧିକ ସୁବିଧା ଯୋଗାଇବା ଉପରେ ଗୁରୁତ୍ୱ ଦିଆଯାଇଛି ।

ସେହିପରି କଟକ ଏସସିବି ମେଡିକାଲ କଲେଜରେ ଟ୍ରମା କେୟାର କେନ୍ଦ୍ର ନିର୍ମାଣ କାର୍ଯ୍ୟର ଅଗ୍ରଗତି, ନର୍ସିଂ ସହ ରାଜ୍ୟର ମେଡିକାଲ ଶିକ୍ଷା ବ୍ୟବସ୍ଥାକୁ ଆଧୁନିକ କରିବା ନେଇ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି । ଏସସିବି, ଏମକେସିଜି ଓ VIMSAR ଭଳି ପ୍ରମୁଖ ଚିକିତ୍ସା ପ୍ରତିଷ୍ଠାନ ଗୁଡ଼ିକରେ ସୁପର ସ୍ପେସିଆଲିଟି ସେବାକୁ ଆହୁରି ବିସ୍ତାର ଓ ଦକ୍ଷ କରିବା କରିବାକୁ ପରାମର୍ଶ ଦେଇଛନ୍ତି । ଏହାସହ ମେଡିକାଲ ସିଟ ସଂଖ୍ୟା ବୃଦ୍ଧି ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ସ୍ୱାସ୍ଥ୍ୟ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score