Explore

Search
Close this search box.

Search

November 22, 2024 8:28 pm

Genres

ଓଡିଶା ପ୍ରଶାସନିକ ସେବା ସ୍ତରରେ ବଡ ଧରଣର ଅଦଳବଦଳ: ଆସନ୍ତୁ ଜାଣିବା କାହାକୁମିଳିଲା କେଉଁ ଦାଇତ୍ୱ

Odisha News

ଓଏଏସ୍‌ସ୍ତରରେ ବଡ଼ଧରଣର ଅଦଳ ବଦଳ କରିଛନ୍ତି ରାଜ୍ୟସରକାର । ବୁଧବାର ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ବରିଷ୍ଠ ଓଏଏସ୍‌ ଅନାମ ଚରଣ ପାତ୍ର କଟକ ମହାନଗର ନିଗମ(ସିଏମସି)ର କମିଶନର ଭାବେ ନିଯୁକ୍ତି ପାଇଛନ୍ତି। ଏହା ପୂର୍ବରୁ ସେ କଟକ ମହାନଗର ନିଗମର ଅତିରିକ୍ତ କମିଶନର ଥିଲେ।ଗତ ଅଗଷ୍ଟ ଶେଷ ସପ୍ତାହରେ କଟକ ମହାନଗର ନିଗମ କମିଶନର ବିଜୟ କୁମାର ଦାଶଙ୍କୁ ଗଜପତି ଜିଲ୍ଲାପାଳ ଭାବେ ବଦଳି ପରଠୁ ଏହି ପଦବୀ ଖାଲି ପଡ଼ିଥିଲା।ସେହିପରି କଟକ ମହାନଗର ନିଗମର ଅତିରିକ୍ତ କମିଶନର ଭାବେ ନିଯୁକ୍ତ ହୋଇଛନ୍ତି କଳ୍ପତର ବେହେରା। ଏହା ପୂର୍ବରୁ ସେ ପୂର୍ବତନ ଗ୍ରାମ୍ୟ ଉନ୍ନୟନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଥିଲେ। ସେହିପରି ପ୍ରଦୀପ କୁମାର ରାଉତଙ୍କୁ ଓକାକ ମୁଖ୍ୟ ନିର୍ବାହୀ ଅଧିକାରୀ ଭାବେ ନିଯୁକ୍ତି ମିଳିଛି।

ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜି ଜାରି ବିଜ୍ଞପ୍ତି ଅନୁସାରେ, ହସ୍ତତନ୍ତ ଓ ବୟନଶିଳ୍ପ ବିଭାଗର ସ୍ୱତନ୍ତ୍ର ସଚିବ ବରିଷ୍ଠ ଓଏଏସ୍ ମଧୁମିତା ରଥ ନିଜ ଦାୟିତ୍ୱ ସହ ‘ଉତ୍କଳିକା’ ପରିଚାଳନା ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇବେ ।ସେହିପରି ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ଭାବେ ଗୌରହରୀ ବେହେରାଙ୍କୁ ନିଯୁକ୍ତି ମିଳିଛି। ଏହା ପୂର୍ବରୁ ସେ ପୂର୍ବତନ ମହିଳା ଓ ଶିଶୁ ବିକାଶ ତଥା ମିଶନ ଶକ୍ତି ବିଭାଗ ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତ ଥିଲେ।କେନ୍ଦୁଝରର ପୂର୍ବତନ ଅତିରିକ୍ତ ଡିଏମ୍‌ ଯଦୁମଣି ମହାଲଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତ କରାଯାଇଛି। ରତ୍ନାକର ସାହୁଙ୍କୁ ବାଲେଶ୍ଵର ଜିଲ୍ଲା ଏଡିଏମ ଭାବେ ନିଯୁକ୍ତି ମିଳିଥିବାବେଳେ ଲଙ୍କେଶ୍ଵର ଅମାତଙ୍କୁ ଭଦ୍ରକ ଏଡିଏମ ଭାବେ ଦାୟିତ୍ଵ ମିଳିଛି।ସୁନ୍ଦରଗଡ଼ ଜିଲ୍ଲା ବଣାଇର ତହସିଲଦାର ଥିବା ଅଶୋକ କୁମାର ଗଡ଼ତିଆଙ୍କୁ ଅତିରିକ୍ତ ଅବକାରୀ କମିଶନର ଭାବେ କଟକକୁ ବଦଳି କରାଯାଇଛି।

ମୟୂରଭଞ୍ଜ ଏଡିଏମ୍‌ ଉଦୟ କୁମାର ମହାପାତ୍ରଙ୍କୁ ଅନୁଗୋଳ ଏଡିଏମ୍‌ ଭାବେ ବଦଳି କରାଯାଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗରେ ଯୁଗ୍ମ ସଚିବ ଭାବେ କାର୍ଯ୍ୟ କରୁଥିବା ଦରିଦ୍ରଭଞ୍ଜ ଏମ୍‌ ଏମ୍‌ ପାତ୍ରଙ୍କୁ ବାଲେଶ୍ୱର-ମୟୂରଭଞ୍ଜ ମେଜର ସେଟେଲମେଣ୍ଟର ସେଟେଲମେଣ୍ଟ ଅଫିସର ଭାବେ ବାରିପଦାକୁ ବଦଳି କରାଯାଇଛି। ଭୁବନେଶ୍ୱର ସ୍ଥିତ ସିଡିଆଇ ଅଫିସରେ ଏସ୍‌ଆର (ଜେନେରାଲ) ଭାବେ କାର୍ଯ୍ୟ କରୁଥିବା ଦିପ୍ତୀରଞ୍ଜନ ବେହେରାଙ୍କୁ ପୂର୍ତ୍ତ ବିଭାଗକୁ ଯୁଗ୍ମ ସଚିବ ଭାବେ ବଦଳି କରାଯାଇଛି।

ଓସେପାର ଯୁଗ୍ମ ନିର୍ଦ୍ଦେଶକ ଥିବା ସରୋଜ କୁମାର ବେହେରାଙ୍କୁ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବିକାଶ ବିଭାଗର ଯୁଗ୍ମ ସଚିବ ଭାବେ ବଦଳି କରାଯାଇଛି। ଅନୁଗୋଳ ଅତିରିକ୍ତ ଜିଲ୍ଲାପାଳ ବା ଏଡିଏମ୍‌ ଥିବା ଶରତ ଚନ୍ଦ୍ର ମହାପାତ୍ରଙ୍କୁ ଗୃହ ବିଭାଗର ଯୁଗ୍ମ ସଚିବ ଭାବେ ବଦଳି କରାଯାଇଛି। ରାଇରଙ୍ଗପୁରର ପୂର୍ବତନ ସବ୍‌-କଲେକ୍ଟର ସରୋଜ କୁମାର ଦାଶଙ୍କୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଯୁଗ୍ମ ସଚିବ ଭାବେ ନିଯୁକ୍ତି ମିଳିଛି। ଏହା ସହିତ ସେ ପୂର୍ବଭଳି ଓୟୁଆଇଡିଏଫ୍‌ର ଏଓ ଭାବେ ଅତିରିକ୍ତ ଦାୟତ୍ୱ ତୁଲାଇବେ। କେନ୍ଦୁଝର ପୌରପାଳିକାର କାର୍ଯ୍ୟନିର୍ବାହୀ ଅଧିକାରୀ ବସନ୍ତ କୁମାର ସେଠୀଙ୍କୁ କଟକ ସ୍ଥିତ ବୋର୍ଡ ଅଫ୍ ରେଭିନ୍ୟୁକୁ ଯୁଗ୍ମ ସଚିବ ଭାବେ ବଦଳି କରାଯାଇଛି।

ଏଥିସହ ଢେଙ୍କାନାଳର ଉପଜିଲ୍ଲାପାଳ ସପନ ନନ୍ଦଙ୍କୁ କଳିଙ୍ଗନଗର ଏଡିଏମ, ଓଡ଼ିଶା ଅର୍ବାନ ଇନଫ୍ରାଷ୍ଟ୍ରକଚର ଡେଭେଲପମେଣ୍ଟ ଫଣ୍ଡର ଏଓ ସଞ୍ଜୟ କୁମାର ରାଉତଙ୍କୁ ରାଜ୍ୟ ପାନୀୟ ନିଗମର ଜେନେରାଲ ମ୍ୟାନେଜର, ଜଗତସିଂହପୁରର ଅତିରିକ୍ତ ଉପଜିଲ୍ଲାପାଳ ବିବୁଦ୍ଧ ଗଡ଼ନାୟକଙ୍କୁ ଢେଙ୍କାନାଳ ଉପଜିଲ୍ଲାପାଳ, ବ୍ରହ୍ମପୁରର ଅତିରିକ୍ତ ଉପଜିଲ୍ଲାପାଳ ଗୌରବମୟ ପ୍ରଧାନଙ୍କୁ କୁଚିଣ୍ଡା ଉପଜିଲ୍ଲାପାଳ ଏବଂ ବାରିପଦା ଆଇଟିଡିଏର ପିଏ ପ୍ରଣୟ ରଞ୍ଜନ ବେହେରାଙ୍କୁ କେନ୍ଦୁଝର ପୌରପାଳିକା ନିର୍ବାହୀ ଅଧିକାରୀଭାବେ ବଦଳି କରାଯାଇଛି।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score