Explore

Search

February 25, 2026 1:25 am

ଅକ୍ଟୋବର ୯ରେ ମିଳିବ ସୁଭଦ୍ରା ଯୋଜନା ଦ୍ଵିତୀୟ ପର୍ଯ୍ୟାୟ ଟଙ୍କା: ଏଥିସହିତ ଏହି ସବୁ ହିତାଧିକାରୀ ମାନଙ୍କୁ ମିଳିବ ବଡ଼ ପୁରସ୍କାର!

Subhadra Yojana

ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି। ଅକ୍ଟୋବର ୯ ତାରିଖରେ ଆସିବ ଦ୍ଵିତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା। ପ୍ରଥମ କିସ୍ତିର ଦ୍ଵିତୀୟ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କୁ ଦିଆଯିବ। ବାରିପଦାରେ ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ଏହି ଟଙ୍କା ପ୍ରଦାନ କରିବେ। ଅକ୍ଟୋବର ୭ ପର୍ଯ୍ୟନ୍ତ ଆବେଦନ କରିଥିବା ମହିଳାଙ୍କୁ ଟଙ୍କା ମିଳିବ ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ତେବେ ଏଥି ସହିତ ଆଉ ଏକ ବଡ଼ ସୂଚନା ଦେଇ ପ୍ରଭାତୀ କହିଛନ୍ତି, ସୁଭଦ୍ରା ଆବେଦନକାରୀଙ୍କୁ ପୁରସ୍କାର ମିଳିବ। କେବଳ ପ୍ରଥମ ଓ ଏକ କୋଟି ନମ୍ବରରେ ଥିବା ମହିଳାଙ୍କୁ ପୁରସ୍କାର ମିଳିବ।

ଏଥର ପ୍ରାୟ ୪୦ ଲକ୍ଷ ମହିଳାଙ୍କୁ ଦ୍ଵିତୀୟ ପର୍ଯ୍ୟାୟରେ ସୁଭଦ୍ରା ଟଙ୍କା ପ୍ରଦାନ କରାଯିବ। ବାରିପଦାରେ ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ଏହି ଟଙ୍କା ପ୍ରଦାନ କରିବେ।

ଅକ୍ଟୋବର ୭ ତାରିଖ ଯାଏ ଆବେଦନ କରିଥିବା ମହିଳା ୯ରେ ଟଙ୍କା ପାଇବେ। ତେବେ ସୂଚନା ଥାଉ କି ପ୍ରାୟ ୪୦ ଲକ୍ଷ ମହିଳାଙ୍କୁ ଦ୍ୱିତୀୟ ପର୍ଯ୍ୟାୟରେ ସୁଭଦ୍ରା ଟଙ୍କା ମିଳିବ। ବର୍ତ୍ତମାନ ସୁଦ୍ଧା ୯୭ ଲକ୍ଷ ମହିଳା ‘ସୁଭଦ୍ରା’ ପାଇଁ ଆବେଦନ କରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ୧୧ ହଜାର ମହିଳାଙ୍କୁ ଟଙ୍କା ମିଳିଛି। ମାର୍ଚ୍ଚ ୮ ପୂର୍ବରୁ ସମସ୍ତ ଯୋଗ୍ୟ ମହିଳା ହିତାଧିକାରୀଙ୍କୁ ‘ସୁଭଦ୍ରା’ ଟଙ୍କା ମିଳିବ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score