Explore

Search

January 14, 2026 12:31 pm

ଖୋର୍ଦ୍ଧାରେ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ଯୋଜନାର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

odia breaking News

ବହୁ ପ୍ରତୀକ୍ଷିତ ତଥା ଗ୍ରାମୀଣ ଲୋକଙ୍କ ପାଇଁ ସୁଦୂରପ୍ରସାରୀ “ବିକଶିତ ଗାଁ, ବିକଶିତ ଓଡ଼ିଶା’ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ଅବସରରେ ସେ କହିଛନ୍ତି ଯେ, ବୀର ପାଇକ ମାଟି ଖୋର୍ଦ୍ଧା ଜିଲ୍ଲାର ଜଙ୍କିଆ ଠାରେ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ଯୋଜନାର ଶୁଭାରମ୍ଭ କରି ମୁଁ ଅତ୍ୟନ୍ତ ଆନନ୍ଦିତ । ଏହି ଯୋଜନା ରାଜ୍ୟର ଗ୍ରାମୀଣ ବିକାଶଧାରାକୁ ଆଗେଇ ନେବା ସହିତ ଗ୍ରାମ ଏବଂ ସହରରେ ଉପଲବ୍ଧ ହେଉଥିବା ବିଭିନ୍ନ ସେବା ଓ ସୁବିଧାର ଅନ୍ତରକୁ କମ କରିବାରେ ସାହାଯ୍ୟ କରିବ।

ଗ୍ରାମାଞ୍ଚଳର ବିକାଶ ବିନା ଦେଶର ବିକାଶ ଅସମ୍ଭବ। ତେଣୁ ଯଶସ୍ଵୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ଵ ଏବଂ ଦୂରଦୃଷ୍ଟି ଦ୍ଵାରା ଆଜି ଦେଶରେ ଗ୍ରାମାଞ୍ଚଳର ଭିତ୍ତିଭୂମି ସୁଦୃଢ ହୋଇପାରିଛି। ସ୍ବଚ୍ଛ ଭାରତ ଅଭିଯାନ ହେଉ ବା ଉଜ୍ଜଳା ଯୋଜନାରେ ଏଲପିଜି ସଂଯୋଗ ହେଉ, ପକ୍କା ରାସ୍ତା ହେଉ ବା ସ୍ବଚ୍ଛ ପାନୀୟ ଜଳ ହେଉ – ଏଭଳି ଅନେକ ଜନକଲ୍ଯାଣକାରୀ ଯୋଜନା ଦେଶରେ କାର୍ଯ୍ୟକାରୀ ହେଉଛି। ଯାହାକି ଗ୍ରାମାଞ୍ଚଳର ବିକାଶକୁ ନୂତନ ଗତି ଦେବାରେ ସହାୟକ ହୋଇଛି।

ସାଧାରଣ ଲୋକଙ୍କ ଦ୍ୱାରା ନିର୍ବାଚିତ ଏହି ସରକାର ୨୦୩୬ ସୁଦ୍ଧା ‘ବିକଶିତ ଓଡ଼ିଶା’ ନିର୍ମାଣ ପାଇଁ ପରିକଳ୍ପନା କରିଛନ୍ତି। ଏହାକୁ ସାକାର ରୂପ ଦେବା ନିମନ୍ତେ “ବିକଶିତ ଗାଁ, ବିକଶିତ ଓଡ଼ିଶା” ଯୋଜନା କାର୍ଯ୍ୟକାରୀ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଏଥିପାଇଁ ଆଗାମୀ ୫ବର୍ଷ ପାଇଁ ମୋଟ ୫ହଜାର କୋଟି ଟଙ୍କା ବ୍ୟୟବରାଦ ହୋଇଥିବା ବେଳେ ଏହି ଯୋଜନା ମାଧ୍ୟମରେ ଶିକ୍ଷା, କ୍ରୀଡ଼ା, ଗମନାଗମନ, କ୍ଷୁଦ୍ର ପର୍ଯ୍ୟଟନ ଭିତ୍ତିଭୂମି ବିକାଶ ସହ ସାଂସ୍କୃତିକ କେନ୍ଦ୍ର, କଲ୍ୟାଣ ମଣ୍ଡପ, କମ୍ୟୁନିଟି ସେଣ୍ଟର ଆଦି ଇତ୍ୟାଦି ନିର୍ମାଣ କରାଯିବ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score