Explore

Search

July 31, 2025 2:14 am

Genres

୨୦ରେ ରାଜଧାନୀରେ ପ୍ରଧାନମନ୍ତ୍ରୀଙ୍କ ରୋଡ୍‌ ସୋ’

ରାଜ୍ୟରେ ବିଜେପି ସରକାରର ପ୍ରଥମ ବର୍ଷପୂର୍ତ୍ତି ଉପଲକ୍ଷେ ଆସନ୍ତା ୨୦ତାରିଖରେ ଆୟୋଜିତ ହେବାକୁ ଥିବା ରାଜ୍ୟସ୍ତରୀୟ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେବେ । ଦିନ ୩ଟା ସୁଦ୍ଧା ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ବିଶାଳ ରୋଡ୍ ଶୋ’ରେ ଯାଇ ସେଠାରେ ଜନତା ମଇଦାନରେ ଆୟୋଜିତ ବିଶାଳ ଜନସମାବେଶକୁ ସମ୍ବୋଧିତ କରିବେ l ଅପରାହ୍ନ ୩ଟାରେ ଓଡ଼ିଶା ପହଞ୍ଚିବେ ଏଥି ସହିତ ଭୁବନେଶ୍ବରରେ ତ୍ରିରଙ୍ଗା ଯାତ୍ରାରେ ସାମିଲ ହେବେ l ତ୍ରିରଙ୍ଗା ଯାତ୍ରା ପରେ ରୋଡ୍ ସୋ କରିବେ l ଜନତାଙ୍କ ଉପସ୍ଥିତିରେ ଅନ୍ତ୍ୟୋଦୟ ଯୋଜନାରେ ବଣ୍ଟାଯିବ କାର୍ଯ୍ୟାଦେଶ l ତେବେ ବର୍ଷକ ମଧ୍ୟରେ ଷଷ୍ଠ ଥର ପାଇଁ ଓଡ଼ିଶା ଆସୁଛନ୍ତି l ଜନତା ମଇଦାନରେ ହେବାକୁ ଥିବା ରାଜ୍ୟସ୍ତରୀୟ ସମାବେଶରେ ପ୍ରାୟ ୨ଲକ୍ଷ ଲୋକଙ୍କୁ ଏକଜୁଟ କରିବା ନିମନ୍ତେ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି l କାର୍ଯ୍ୟକ୍ରମକୁ ସଫଳ କରିବା ନିମନ୍ତେ ମୋଟ ୬୦ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କୁ ଦାୟିତ୍ୱ ମିଳିଛି l

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score