ଭୁବନେଶ୍ୱର: ପୁଣି ଆରମ୍ଭ ହେଲା ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା । ପର୍ଯ୍ୟଟନ ଭବନଠାରେ ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ‘ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ୨୦୨୬-୨୭’ର ମାର୍ଗଦର୍ଶିକାକୁ ଉନ୍ମୋଚନ କରିଛନ୍ତି । ଏହି ଅବସରରେ ସେ କହିଥିଲେ ଯେ, ରାଜ୍ୟର ବରିଷ୍ଠ ନାଗରିକମାନଙ୍କୁ ସମ୍ମାନ, ସୁରକ୍ଷା ଓ ସରକାରୀ ସହାୟତା ସହିତ ଦେଶର ବିଭିନ୍ନ ପବିତ୍ର ତୀର୍ଥସ୍ଥଳୀ ଦର୍ଶନର ସୁଯୋଗ ଦେବା ପାଇଁ ରାଜ୍ୟ ସରକାର ଏହି ଯୋଜନାକୁ ସଫଳ ଭାବେ କାର୍ଯ୍ୟକାରୀ କରୁଛନ୍ତି ।
ସୂଚନାଯୋଗ୍ୟ ଯେ, ଯୋଜନା ଆରମ୍ଭ ହେବା ପରଠାରୁ ଏପର୍ଯ୍ୟନ୍ତ ୪୫,୫୫୫ରୁ ଅଧିକ ବରିଷ୍ଠ ନାଗରିକ ଏହାର ସୁବିଧା ନେଇ ଦେଶର ବିଭିନ୍ନ ପ୍ରସିଦ୍ଧ ତୀର୍ଥକ୍ଷେତ୍ର ପରିଦର୍ଶନ କରିସାରିଛନ୍ତି । ତେବେ ‘ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ୨୦୨୬-୨୭’ ପାଇଁ ଆବେଦନ ପ୍ରକ୍ରିୟା ଆଜି ଠାରୁ ଆରମ୍ଭ ହୋଇ ୧୪ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ ଚାଲିବ।
ତେଣୁ ଯୋଗ୍ୟ ଆବେଦନକାରୀମାନେ yatra.odisha.gov.in ୱେବସାଇଟ ମାଧ୍ୟମରେ ଅନଲାଇନ ଆବେଦନ କରିପାରିବେ। ଏହାସହ ମାର୍ଗଦର୍ଶିକାରେ ଉଲ୍ଲେଖିତ ନିର୍ଦ୍ଧାରିତ ପ୍ରକ୍ରିୟା ଅନୁସାରେ ଅଫଲାଇନ ଆବେଦନର ସୁବିଧା ମଧ୍ୟ ଉପଲବ୍ଧ ରହିଛି। ସେହିପରି ମାର୍ଗଦର୍ଶିକାରେ ଯୋଗ୍ୟତା ମାନଦଣ୍ଡ, ଆବେଦନ ପ୍ରଣାଳୀ, ଚୟନ ପ୍ରକ୍ରିୟା ଓ ଯୋଜନାର ଅନ୍ୟାନ୍ୟ କାର୍ଯ୍ୟପଦ୍ଧତି ସମ୍ପର୍କରେ ବିସ୍ତୃତ ସୂଚନା ଦିଆଯାଇଛି।
Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |
