Explore

Search

June 16, 2025 3:30 am

Genres

ସ୍ନାନମଣ୍ଡପରେ ମହାପ୍ରଭୁଙ୍କ ଦୁର୍ଲଭ ହାତୀବେଶ : ପୁରୀରେ ଶ୍ରଦ୍ଧାଳୁଙ୍କ ଭିଡ

ଆଜି ପବିତ୍ର ସ୍ନାନ ପୂର୍ଣ୍ଣିମା ଅବସରରେ ଅପରାହ୍ନ ସାଢେ ୪ରେ ଗଜାନନ ବେଶରେ ଦର୍ଶନ ଦେଇଛନ୍ତି ମହାପ୍ରଭୁ l ଦେବସ୍ନାନ ପୂର୍ଣ୍ଣିମା (ଜ୍ୟୈଷ୍ଠ ପୂର୍ଣ୍ଣିମା) ଦିନ ଆନନ୍ଦବଜାରସ୍ଥିତ ସ୍ନାନମଣ୍ଡପ (ବେଦୀ) ଉପରେ ହୋଇଥାଏ l ପୁରାଣ ମାନ୍ୟତା ଅନୁଯାୟୀ, ସ୍ନାନ ମଣ୍ଡପରେ ଶ୍ରୀବିଗ୍ରହମାନଙ୍କର ଜଳ ଲାଗି ନୀତି ବଢିବା ପରେ ଲେଙ୍କା ଓ ଘଣ୍ଟ କାହାଳୀ ସହ ଗୋପାଳତୀର୍ଥ ମଠରୁ ବଡ଼ ବାଡ଼ (ବଳଭଦ୍ରଙ୍କ ବାଡ଼) ଓ ଶ୍ରୀସୁଦର୍ଶନଙ୍କର ଗଜାନନ ବେଶ ଉପକରଣମାନ ଆଣିବାକୁ ଯାଆନ୍ତି । ଏହା ପରେ ଗଜପତି ମହାରାଜା କିମ୍ବା ତାଙ୍କ ଅନୁପସ୍ଥିତରେ ମୁଦିରଥ ତିନି ବାଡ଼ରେ ରାଜ ନୀତି କରନ୍ତି । ରାଜ ନୀତି ବଢିବା ପରେ ସ୍ନାନ ମଣ୍ଡପରେ ଛେରା ପହଁରା ହୋଇଥାଏ । ତତ୍ପରେ ସୁଆରବଡୁ ସେବକ ପାଣି ପକାନ୍ତି । ପାଣି ପଡ଼ିଲା ପରେ ଜଗମୋହନରେ ଥିବା ବଡ଼ବାଡ଼ର (ବଳଭଦ୍ର) ବେଶ ଉପକରଣ ଓ ରାଘବ ଦାସ ମଠରୁ ଆସିଥିବା ଅନ୍ୟ ଦୁଇ ବାଡ଼ (ଜଗନ୍ନାଥ, ସୁଭଦ୍ରା)ର ବେଶ ଉପକରଣମାନ ସ୍ନାନ ମଣ୍ଡପରେ ରଖାଯାଏ । ଭିତରଚ୍ଛ, ଚଳିଚ୍ଛ, ପୁଷ୍ପାଳକ,ଖୁଣ୍ଟିଆ, ଦଇତାପତିମାନଙ୍କ ସହ ତିନିବାଡ଼ରେ ହାତୀ ବେଶ କରନ୍ତି । ବେଶ ବଢିବା ପରେ ତିନି ବାଡ଼ରେ କର୍ପୂର ଲାଗି ହୋଇଥାଏ ଏବଂ ପରେ ପରେ ସ୍ନାନ ବେଦୀ ଉପରେ ଶୋଧ କରାଯାଏ ଓ ଭୋଗ ପାଇଁ ପ୍ରସ୍ତୁତି ହୋଇଥାଏ । ସୂଚନାଯୋଗ୍ୟ ଯେ ଏହି ଦିନ ମାତ୍ର ଗୋଟିଏ ଭୋଗ ହୋଇଥାଏ । ଭୋଗ ଶେଷ ପରେ ସ୍ନାନ ବେଦୀ ଉପରକୁ ସର୍ବସାଧାରଣଙ୍କୁ ଦର୍ଶନ ନିମିତ୍ତ ଅନୁମତି ଦିଆଯାଏ ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score