Explore

Search

March 3, 2026 7:30 am

ଆଜି ପବିତ୍ର ଧନୁ ସଂକ୍ରାନ୍ତି, ଶ୍ରୀକ୍ଷେତ୍ରରେ ସ୍ଵତନ୍ତ୍ର ନୀତି

dhanu sankranti 2024

ପୁରୀ: ପବିତ୍ର ଧନୁ ସଂକ୍ରାନ୍ତି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଆରମ୍ଭ ହୋଇଛି ପହିଲି ଭୋଗ ନୀତି । ଆଜି ଠାରୁ ଏକ ମାସ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ପାଖରେ ପହିଲି ଭୋଗ ନୀତି ଅନୁଷ୍ଠିତ ହେବ। ଏଥି ପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତିକାନ୍ତି ପ୍ରସ୍ତୁତ କରାଯାଇଛି। ଧନୁ ସଂକ୍ରାନ୍ତି ଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଏହି ପହିଲି ଭୋଗ ନୀତି ପାଳନ କରାଯିବ l

ପୁରାଣମାନ୍ୟତା ଅନୁଯାୟୀ ଦ୍ୱାପର ଯୁଗରେ ମା’ ଯଶୋଦା ଆଜିର ଦିନରେ କୃଷ୍ଣ ବଳରାମଙ୍କୁ ପହିଲି ଭୋଗ ଖୁଆଇଥିଲେ। ଏହି ପରମ୍ପରାକୁ ବଜାୟ ରଖିବା ପାଇଁ ଧନୁ ସଂକ୍ରାନ୍ତିରୁ ପହିଲି ଭୋଗ ନୀତି ଆରମ୍ଭ ହୋଇ ମକର ସଂକ୍ରାନ୍ତିରେ ଶେଷ ହୋଇଥାଏ । ଏହି ପହିଲି ଭୋଗରେ ଗୁଆ-ଘିଅରେ ଖେଚୁଡି, ଫଳ ସହ ଅନ୍ୟାନ୍ୟ ଭୋଗ ମହାପ୍ରଭୁଙ୍କୁ ଅର୍ପଣ କରାଯିବ । ଏଥିସହିତ ଶ୍ରୀମନ୍ଦିର ସାଆନ୍ତାଣୀ ମା ଲକ୍ଷ୍ମୀ ଏହି ସମୟରେ ବାପ ଘରକୁ ଯାଇଥିବାରୁ ଯଶୋଦା ଆଗ୍ରହର ସହ ଶ୍ରୀକୃଷ୍ଣଙ୍କ ପାଇଁ ସ୍ଵାଦିଷ୍ଟ ପିଠା ତିଆରି କରି ପରସି ଦେଇଥାନ୍ତି । ଏହି କିମ୍ବଦନ୍ତୀ ଅନୁସାରେ ଶ୍ରୀମନ୍ଦିରରେ ପହିଲି ଭୋଗ ନୀତି ଅନୁଷ୍ଠିତ ହେଉଛି । ପହିଲିଭୋଗ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି ଅନୁଷ୍ଠିତ ହୋଇଥାଏ ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score