Explore

Search

March 14, 2025 8:59 pm

Genres

ଆଜି ପ୍ରତି ଓଡ଼ିଆ ଘରେ ବିରାଜିତ ଦୋଳଗୋବିନ୍ଦ, ଚାଲିଛି ଅବିର ଖେଳ

ଆଜି ସାରା ରାଜ୍ୟ ଉତ୍ସବମୁଖର l ହୋଲି ପୂର୍ବରୁ ଏହା ହେଉଛି ପ୍ରଥମ ଆଦ୍ୟ ପର୍ବ l ତେବେ ଏହି ପବିତ୍ର ଦୋଳ ପୂର୍ଣ୍ଣିମା ଅବସରରେ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ସ୍ୱତନ୍ତ୍ର ନୀତିକାନ୍ତି । ସୁନାବେଶରେ ଆଜି ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ମହାପ୍ରଭୁ । ଏଥି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ହୋଇଛି । ସୁନାବେଶରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ବିଶେଷ ଧ୍ୟାନ ଦେଇଛି ପ୍ରଶାସନ। ଦୋଳ ପୂର୍ଣ୍ଣିମା ଅବସରରେ ଶ୍ରୀଜୀଉଙ୍କ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଭୁଦେବୀ ଓ ଶ୍ରୀଦେବୀ ଦୋଳବେଦୀକୁ ବିମାନରେ ବିଜେ କରିବେ।

ଓଡ଼ିଶାରେ ଫଗୁ ଦଶମୀ ଓ ଦୋଳବିମାନ

ଓଡ଼ିଶାରେ ଫଗୁ ଦଶମୀରୁ ଦୋଳ ଯାତ୍ରା ଆରମ୍ଭ ହୋଇଥାଏ । ଏହାର ଗୁରୁତ୍ୱ ବୈଷ୍ଣବ ଧର୍ମ ପରମ୍ପରାର ପ୍ରଚାର ଓ ପ୍ରସାର ସହିତ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ତେବେ ଏହା ମୁଖ୍ୟତଃ ଗ୍ରାମ ,ଗୋଷ୍ଠୀ, ବ୍ୟକ୍ତି ମଧ୍ୟରେ ଏକ ସ୍ନେହ, ସଦ୍‌ଭାବ ଓ ପାରମ୍ପାରିକ ସୌହାର୍ଯ୍ୟର ପରିଚାୟକ ପର୍ବ ଭାବରେ ପାଳିତ ହୋଇଥାଏ । ଦୋଳ ସହିତ ବିଭିନ୍ନ ପୁରାଣର କାହାଣୀ ସଂଯୁକ୍ତ ହୋଇରହିଛି । ଗୋଟିଏ ପଟେ ରାଧା-କୃଷ୍ଣ ପ୍ରେମ ଗାଥାର ଭବ୍ୟ ଉତ୍ତାଳ ଉତ୍ତରଣ ଓ ଅନ୍ୟ ପକ୍ଷରେ ଅନ୍ୟାନ୍ୟ ପୌରାଣିକ ଆଖ୍ୟାନର ଗୁନ୍ଥନ । ରଙ୍ଗର ରଙ୍ଗୀନ ଖେଳ ଓ ହୋଲିକା ଦହନର ଅଗ୍ନି ଔଜ୍ଜଲ୍ୟ ଏ ଉଭୟ ଦୁଷ୍ଟ ଶକ୍ତି ଉପରେ ଶୁଭଙ୍କର ପ୍ରତୀକର ବିଜୟକୁ ଏହି ପର୍ବ ସହିତ ସମ୍ମିଳିତ କରି ରଖିଛି । ଶ୍ରୀରାଧା – ଶ୍ରୀକୃଷ୍ଣଙ୍କ ପ୍ରେମପ୍ରଣୟର ଲୀଳା, ଦୋଳ ଓ ରଙ୍ଗର ଖେଳ ବ୍ୟତୀତ ଅନ୍ୟଯେଉଁ ସବୁ ଆଖ୍ୟାନ ଉପାଖ୍ୟାନ ଏହି ଦୋଳ-ହୋଲି ଯୁଗ୍ମପର୍ବ ଦିବସ ସହିତ ସଂପୃକ୍ତ । ପୁଣି କେତେକଙ୍କ ମତରେ ପ୍ରବଳ ପରାକ୍ରମୀ ରାକ୍ଷସ ମେର୍ଦ୍ଧାସୁରର ମୃତ୍ୟୁର ଭଗବାନ କାରଣ ହୋଇ ପୃଥିବୀରୁ ପାପର ମାତ୍ରା ହ୍ରାସ କରିଥିବା ଯୋଗୁଁ ଏହିପର୍ବ ଆୟୋଜିତ ହୋଇଥିଲା । ଓଡ଼ିଆ ପଞ୍ଜିକା ଅନୁସାରେ ଫାଲଗୁନ ମାସର ପୂର୍ଣ୍ଣିମା ତିଥି ଦୋଳ ପୂର୍ଣ୍ଣିମା ନାମରେ ଅଭିହିତ। ଫାଲଗୁନ ଶୁକ୍ଳ ଦଶମୀ ତିଥିଠାରୁ ଦୋଳଯାତ୍ରା ସାଧାରଣତଃ ଆରମ୍ଭ ହୋଇଥାଏ । ଏହି ପର୍ବର ମୁଖ୍ୟ ଆରାଧ୍ୟ ଠାକୁର ରାଧା ଓ କୃଷ୍ଣଙ୍କ ନିକଟରେ ଏହି ଦିନଠାରୁ ଅବିର ଅର୍ପଣ କରାଯାଇଥାଏ । ରାଧାକୃଷ୍ଣଙ୍କ ଯୁଗଳମୂର୍ତ୍ତି ଛୋଟ ଛୋଟ ବିମାନରେ ମହାଡମ୍ବର ସହକାରେ ଗ୍ରାମର ପ୍ରାୟ ପ୍ରତ୍ୟେକଙ୍କ ଦ୍ୱାରକୁ ନିଆଯାଇଥାଏ । ପ୍ରାୟତଃ ପ୍ରତ୍ୟେକ ଦ୍ୱାରରେ ଠାକୁରଙ୍କୁ ଭୋଗ ଅର୍ପଣ କରାଯିବା ସଙ୍ଗେସଙ୍ଗେ ପୁରୋହିତଙ୍କୁ ମଧ୍ୟ ଦକ୍ଷିଣା ଦିଆଯାଇଥାଏ । ଠାକୁରଙ୍କ ଉଦ୍ଦେଶ୍ୟରେ ପ୍ରତ୍ୟେକ ଦ୍ୱାରରେ ଅର୍ପିତ ଭୋଗକୁ ଦ୍ୱାରୀ ଭୋଗ କୁହାଯାଇଥାଏ । ଦୋଳପୂର୍ଣ୍ଣମୀ ଦିନ ସାଧାରଣତଃ ଠାକୁରମାନଙ୍କୁ ମନ୍ଦିରର ଦକ୍ଷିଣପୂର୍ବ ଦିଗରେ ନିର୍ମିତ ହୋଇଥିବା ଏକ ମଣ୍ଡପ ଉପରକୁ ନିଆଯାଇଥାଏ । ସେହି ମଣ୍ଡପର ନାମ ଦୋଳ ମଣ୍ଡପ । ସେଠାରେ ପୂଜାର୍ଚ୍ଚନା କରାଯିବା ସଙ୍ଗେସଙ୍ଗେ ଠାକୁରମାନେ ଦୋଳି ଖେଳନ୍ତି ଓ ସେଠାରେ ନାଲି ଅବିର ଅର୍ପଣ କରାଯାଇଥାଏ ।ସାରା ଓଡ଼ିଶାର ପୁରପଲ୍ଲୀ ଫଗୁ ଦଶମୀଠାରୁ ଦୋଳଯାତ୍ରାର ଉତ୍ସାହ ଉଦ୍ଦୀପନାରେ ଝୁମି ଉଠେ ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score