Explore

Search

October 14, 2025 6:13 pm

Genres

ଏନସିଇଆରଟି ଢାଞ୍ଚାରେ ହେବ ଶିକ୍ଷା ବ୍ୟବସ୍ଥା: କୋରାପୁଟରେ ହେବ ବହୁଭାଷୀ ଶିକ୍ଷା କେନ୍ଦ୍ର

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି । ଜାତୀୟ ଶିକ୍ଷାନୀତି ୨୦୨୦’ ଅନୁସାରେ ଓଡ଼ିଶାରେ ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଥିବା ବେଳେ ଏହି ବୈଠକରେ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ, ଅର୍ଥ ବିଭାଗ ପ୍ରମୁଖ ସଚିବ, ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ, ଓସେପାର ନିର୍ଦ୍ଦେଶିକା ଏବଂ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ମୁଖ୍ୟତଃ ପ୍ରାଥମିକ ଶିକ୍ଷକମାନଙ୍କୁ ନିୟମିତ କରିବା ପାଇଁ ପଦକ୍ଷେପ ଗ୍ରହଣ ଓ ଆସନ୍ତା ୩ ବର୍ଷ ମଧ୍ୟରେ ୪୪, ୪୩୩ଟି ପଦବୀ ପୂରଣ କରିବା ପାଇଁ ନିର୍ଦ୍ଦେଶ, ବର୍ଷକୁ ପ୍ରାୟ ପୂରଣ କରାଯିବ ପ୍ରାୟ ୧୫ ହଜାର ପଦବୀ ପୂରଣ କରାଯିବ ବୋଲି ସୂଚନା ମିଳିଛି ସେହିପରି ରାଜ୍ୟର ମାଧ୍ୟମିକ ଶିକ୍ଷା ପରିଷଦ ଏବଂ ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦକୁ ମିଶାଇ ଗୋଟିଏ ବୋର୍ଡ ଗଠନ କରିବାକୁ ନିଷ୍ପତ୍ତି ନିଆଯାଇଛି l

ନବମ ଓ ଦଶମ ଶ୍ରେଣୀର ସବୁ ପିଲାଙ୍କୁ ମାଗଣାରେ ପାଠ୍ୟପୁସ୍ତକ ଯୋଗାଇ ଦେବାକୁ ସ୍ଥିରୀକୃତ ହୋଇଥିବା ବେଳେ ଛାତ୍ରାବାସରେ ହଷ୍ଟେଲରେ ରହୁଥିବା ପିଲାମାନଙ୍କ ପାଇଁ ଏ.ଏନ୍.ଏମ୍ ନିଯୁକ୍ତ କରିବାକୁ ନିଷ୍ପତ୍ତି ନିଆଯାଇଛି l
କୋରାପୁଟରେ ଏକ ‘ବହୁଭାଷୀ ଶିକ୍ଷା କେନ୍ଦ୍ର ପ୍ରତିଷ୍ଠା’ କରିବାକୁ ନିଆଯିବ ପଦକ୍ଷେପ l
ଭିନ୍ନକ୍ଷମ ପିଲାଙ୍କ ଶିକ୍ଷା ପାଇଁ ନିୟମିତ ଶିକ୍ଷକମାନଙ୍କୁ ଯେଉଁମାନେ ବିଇଡି କରିଥିବେ, ସେମାନଙ୍କୁ ବିଭିନ୍ନ କ୍ଲଷ୍ଟରରେ ରିସୋର୍ସ ପର୍ସନ ଭାବେ ନିଯୁକ୍ତି ଦିଆଯିବ ବୋଲି ବୈଠକରେ ଆଲୋଚନା କରାଯାଇଥିଲା l

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score