Explore

Search

March 14, 2026 10:58 pm

ଓଡ଼ିଶାରେ ଆହୁରି ୬ଗୋଟି କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବ

ଓଡ଼ିଶା ସମେତ ଦେଶର ବେସାମରିକ କ୍ଷେତ୍ରରେ ୫୭ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଏହି ପ୍ରସ୍ତାବରେ ଓଡ଼ିଶାର ୬ଟି ସ୍ଥାନରେ ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ ମଞ୍ଜୁରୀ ଦିଆଯାଇଥିବାରୁ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଧନ୍ୟବାଦ ଜ୍ଞାପନ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଓଡ଼ିଶାର ୬ଟି ସ୍ଥାନରେ ଏହି ନୂତନ ବିଦ୍ୟାଳୟଗୁଡ଼ିକ ପ୍ରତିଷ୍ଠା ହେବାକୁ ଥିବା ଅଞ୍ଚଳରେ ଛାତ୍ରଛାତ୍ରୀଙ୍କ ଶିକ୍ଷାଗତ ଆବଶ୍ୟକତା ପୂରଣ କରିବାରେ ଏକ ବଡ଼ ପଦକ୍ଷେପ ହେବ। ଏହି ୫୭ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନା ପାଇଁ ମୋଟ ୫୮୬୨.୫୫ କୋଟି ଟଙ୍କା ଖର୍ଚ୍ଚ ହେବାର ଆକଳନ କରାଯାଇଛି। କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନା ପାଇଁ ପୁଞ୍ଜିଗତ ବ୍ୟୟ ୨୫୮୫.୫୨ କୋଟି ଟଙ୍କା ଥିବାବେଳେ ବିଦ୍ୟାଳୟର ପରିଚାଳନା ପାଇଁ ୩୨୭୭.୦୩ କୋଟି ଟଙ୍କା ଖର୍ଚ୍ଚ ହେବ। ଜାତୀୟ ଶିକ୍ଷା ନୀତିର ପରାମର୍ଶ ଅନୁସାରେ ଓଡ଼ିଶା ସମେତ ସମଗ୍ର ଦେଶରେ ଉତ୍ତମ ଗୁଣାତ୍ମକ ମାନର ଶିକ୍ଷା ପ୍ରଦାନ କରିବା ଲକ୍ଷ୍ୟରେ ଏହି ନୂଆ ବିଦ୍ୟାଳୟ ମଞ୍ଜୁର ପ୍ରଦାନ କରାଯାଇଛି। ଶିକ୍ଷାର ବିକାଶ ଓ ଛାତ୍ରଛାତ୍ରୀମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଗଠନ କରିବା ଦିଗରେ ଏହି ନିର୍ଣ୍ଣୟ ନେଇଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଶ୍ରୀ ପ୍ରଧାନ କୃତଜ୍ଞତା ଜଣାଇଛନ୍ତି।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score