Explore

Search

March 14, 2026 10:58 pm

ମହାମହିମ ରାଷ୍ଟ୍ରପତିଙ୍କ ଦ୍ଵାରା ‘ଜାତୀୟ ଶିକ୍ଷକ ପୁରସ୍କାର‘ ସମ୍ମାନ : ଚର୍ଚ୍ଚାରେ କୋରାପୁଟ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁ ଦିବସ ଉପଲକ୍ଷେ ଦେଶର ମୋଟ୍‌ ୮୧ ଜଣ ଆଦର୍ଶ ଶିକ୍ଷକଙ୍କୁ ବିଦ୍ୟାଳୟ ଶିକ୍ଷା ଏବଂ ଉଚ୍ଚ ଶିକ୍ଷା କ୍ଷେତ୍ରରେ ଜାତୀୟ ଶିକ୍ଷକ ପୁରସ୍କାର ପ୍ରଦାନ କରିଛନ୍ତି। ରାଷ୍ଟ୍ରପତିଙ୍କ ଦ୍ୱାରା ଓଡ଼ିଶାର ଦୁଇ ଜଣ ଆଦର୍ଶ ଶିକ୍ଷକ ପୁରସ୍କୃତ ହୋଇଛନ୍ତି।

କୋରାପୁଟ ପିଏମ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟର ଶିକ୍ଷକ ତରୁଣ କୁମାର ଦାଶ ଅଭିନବ ଶିକ୍ଷାଦାନ ପଦ୍ଧତି ଏବଂ ଭାଷା ଶିକ୍ଷା କ୍ଷେତ୍ରରେ ଅବଦାନ ପାଇଁ ପୁରସ୍କୃତ ହୋଇଛନ୍ତି।

ମାଲକାନଗିରି କୋଣ୍ଡେଲ ସରକାରୀ ନୋଡାଲ ଉନ୍ନୀତ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ବସନ୍ତ କୁମାର ରଣା ନୂତନ ଶିକ୍ଷାଦାନ ଏବଂ ଗୋଷ୍ଠୀ ସହଭାଗିତା ପାଇଁ ପୁରସ୍କୃତ ହୋଇଛନ୍ତି। ତାଙ୍କର ଉଦ୍ୟମ ଶ୍ରେଣୀଗୃହରେ ଛାତ୍ରଛାତ୍ରୀଙ୍କ ଉପସ୍ଥାନ ଏବଂ ଅଂଶଗ୍ରହଣରେ ସୁଧାର ଆଣିଛି।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score