Explore

Search

October 14, 2025 10:50 pm

Genres

ଓଡ଼ିଶାରେ ହେବ ଦେଶର ପ୍ରଥମ ଦୃଷ୍ଟିବାଧିତ ବିଶ୍ବବିଦ୍ୟାଳୟ

ଦୃଷ୍ଟିବାଧିତ ପିଲାମାନଙ୍କୁ ଉଚ୍ଚଶିକ୍ଷା ପ୍ରଦାନ କରିବା ପାଇଁ ତଥା ସମସ୍ତ ପ୍ରକାର ଆନୁଷଙ୍ଗିକ ସୁବିଧା ପ୍ରଦାନ କରିବା ପାଇଁ ବାରଙ୍ଗରେ ପ୍ରତିଷ୍ଠା ହେବାକୁ ଯାଉଛି ଦେଶର ପ୍ରଥମ ଦୃଷ୍ଟିବାଧିତ ବିଶ୍ବବିଦ୍ୟାଳୟ । ପ୍ରାୟ ୩୦ ଏକର ଜମି ଚିହ୍ନଟ ହୋଇଥିବା ବେଳେ ଆବଣ୍ଟନ ପ୍ରକ୍ରିୟା ଆରମ୍ଭ ହୋଇଛି l ଗଙ୍ଗେଶ୍ବର ମୌଜାରେ ନିର୍ମାଣ ହେବ ଦେଶର ପ୍ରଥମ ଦୃଷ୍ଟିବାଧିତ ବିଶ୍ବବିଦ୍ୟାଳୟ। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଚୂଡ଼ାନ୍ତ ଅନୁମୋଦନ ଅପେକ୍ଷାରେ ରହିଛି । ଏହି ବିଶ୍ବବିଦ୍ୟାଳୟ ପାଇଁ ମୋଟ୍ ୨୯.୭୫ ଏକର ଜମି ଚିହ୍ନଟ କରାଯାଇଛି । ପ୍ରାଥମିକ ପର୍ଯ୍ୟାୟରେ ବାରଙ୍ଗରେ ପାଖାପାଖି ୪୦ ଏକର ଜମି ଅଧିଗ୍ରହଣ ପାଇଁ ବଛାଯାଇଥିଲା । ପରବର୍ତ୍ତୀ ସମୟରେ ବିଶ୍ବବିଦ୍ୟାଳୟ ପାଇଁ ପାଖାପାଖି ୩୦ ଏକର ଜମି ଚିହ୍ନଟ ହୋଇଥିଲା । ଏହି ଜମିକୁ ଏସ୍‌ଏସ୍‌ଇପିଡି ନାମକୁ ଆଣିବା ପାଇଁ ଏବେ ପ୍ରକ୍ରିୟା ଆରମ୍ଭ ହୋଇଛି । ଏଥିପାଇଁ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀଙ୍କୁ ସଂଯୋଜକ ଭାବେ ଦାୟିତ୍ବ ଦିଆଯାଇଛି । ଜମି ଆବଣ୍ଟନ ପ୍ରକ୍ରିୟା ଶେ‌ଷ କରିବାକୁ ବିଭାଗ ଦାୟିତ୍ବ ନ୍ୟସ୍ତ କରିଥିବା ଜଣାପଡ଼ିଛି । ଏହି କେନ୍ଦ୍ରୀୟ ଦୃଷ୍ଟିବାଧିତ ବିଶ୍ବବିଦ୍ୟାଳୟକୁ ସନ୍ଥ କବି ଭୀମଭୋଇଙ୍କ ନାମରେ ନାମିତ କରିବା ପାଇଁ ରାଜ୍ୟ ସରକାର ସୁପାରିସ କରିଛନ୍ତି ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score