ମୁମ୍ବାଇ: ମୁମ୍ବାଇରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଭାରତୀୟ କ୍ରିକେଟ୍ ଦଳର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ଏବଂ ଅଧିନାୟକ ରୋହିତ ଶର୍ମା ଚାମ୍ପିଅନ୍ସ ଟ୍ରଫି ପାଇଁ ଦଳ ଘୋଷଣା କରିଛନ୍ତି । ଏହି ପ୍ରତିଯୋଗିତା ଫେବ୍ରୁଆରୀ ୧୯ରୁ ପାକିସ୍ତାନ ଓ ଦୁବାଇରେ ଖେଳାଯିବ । ତେବେ ଏହି ମେଗା ଟୁର୍ଣ୍ଣାମେଣ୍ଟ ପାଇଁ ଆଜି ୧୫ ଜଣିଆ ଟିମ୍ ଘୋଷଣା କରିଛି ଭାରତ । ମୁମ୍ବାଇରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ଏବଂ ଅଧିନାୟକ ରୋହିତ ଶର୍ମା ଚାମ୍ପିଅନ୍ସ ଟ୍ରଫି ପାଇଁ ଦଳ ଘୋଷଣା କରିଛନ୍ତି । ଏହା ସହିତ ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ୍ ବିଶିଷ୍ଟ ଏକଦିବସୀୟ ସିରିଜ୍ ପାଇଁ ମଧ୍ୟ ଆଜି ଦଳ ଚୟନ କରାଯାଇଛି । ଏହି ମ୍ୟାଚ ରୋହିତ ଶର୍ମାଙ୍କ ନେତୃତ୍ୱରେ ହିଁ ଖେଳାଯିବ l ସେହିପରି ଚାମ୍ପିଅନ୍ସ ଟ୍ରଫି ଟିମ୍ କଥା ଦେଖିବାକୁ ଗଲେ ଏହି ଦଳରେ ରୋହିତ ଶର୍ମା ଅଧିନାୟକ ଦାୟିତ୍ୱ ତୁଲାଉଥିବା ବେଳେ ଶୁଭମନ ଗିଲ୍ଙ୍କୁ ଉପ-ଅଧିନାୟକ ଦାୟିତ୍ୱ ଦିଆଯାଇଛି । ସେହିପରି ଦଳରେ ବିରାଟ କୋହଲି, ଶ୍ରେୟସ ଆୟର, କେଏଲ ରାହୁଲ, ହାର୍ଦ୍ଦିକ ପାଣ୍ଡ୍ୟା, ଅକ୍ଷର ପଟେଲ, ୱାସିଂଟନ ସୁନ୍ଦର, କୁଲଦୀପ ଯାଦବ, ଯଶପ୍ରୀତ ବୁମ୍ରା, ମହମ୍ମଦ ସାମି, ଅର୍ଶଦୀପ ସିଂ, ଯଶସ୍ୱୀ ଜୟସ୍ୱାଲ, ଋଷଭ ପନ୍ତ ଓ ରବୀନ୍ଦ୍ର ଜାଡେଜା ରହିଛନ୍ତି ।
ସୂଚନା ଅନୁସାରେ ଫେବ୍ରୁଆରୀ ୧୯ରୁ ଆରମ୍ଭ ହେବାକୁ ଥିବା ଚାମ୍ପିଅନ୍ସ ଟ୍ରଫି ଏଥର ହାଇବ୍ରିଡ୍ ମଡେଲରେ ଖେଳାଯିବ । ପାକିସ୍ତାନ ଓ ଦୁବାଇରେ ଚାମ୍ପିଅନ୍ସ ଟ୍ରଫି ଖେଳାଯିବ । ଏହି ମେଗା ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚ୍ ପାକିସ୍ତାନ ଓ ନ୍ୟୁଜିଲାଣ୍ଡ ମଧ୍ୟରେ କରାଚୀରେ ଖେଳାଯିବ । କିନ୍ତୁ ଟିମ୍ ଇଣ୍ଡିଆ ତା’ର ପ୍ରଥମ ମ୍ୟାଚ୍ ଫେବ୍ରୁଆରୀ ୨୦ରେ ଦୁବାଇରେ ବାଂଲାଦେଶ ବିପକ୍ଷରେ ଖେଳିବ । ଚାମ୍ପିଅନ୍ସ ଟ୍ରଫିର ଏହି ସମସ୍ତ ୧୫ଟି ମ୍ୟାଚ୍ ୪ଟି ସ୍ଥାନରେ ଖେଳାଯିବ। ପାକିସ୍ତାନରେ ୩ଟି ଭେନ୍ୟୁ ରହିଥିବା ବେଳେ ଦୁବାଇରେ ଗୋଟିଏ ଭେନ୍ୟୁ ରହିଛି । ଭାରତୀୟ ଦଳ କେବଳ ଦୁବାଇରେ ସମସ୍ତ ମ୍ୟାଚ୍ ଖେଳିବ ।

Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |