Explore

Search

December 4, 2025 2:08 pm

୧୮ ମାସ ପାଇଁ ନିଲମ୍ବିତ ହେଲେ ପାରା ବ୍ୟାଡମିଣ୍ଟନ୍ ଖେଳାଳି ପ୍ରମୋଦ ଭଗତ

Pramod Bhagat

ଟୋକିଓ ପାରାଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ବିଜେତା ତଥା ଓଡ଼ିଶାର ପାରା ବ୍ୟାଡମିଣ୍ଟନ୍ ଖେଳାଳି ପ୍ରମୋଦ ଭଗତଙ୍କୁ କ୍ରୀଡ଼ାରୁ ୧୮ ମାସ ପାଇଁ ନିଲମ୍ବିତ କରିଛନ୍ତି ବ୍ୟାଡମିଣ୍ଟନ୍ ୱାର୍ଲ୍ଡ ଫେଡେରେସନ୍ (ବିଡବ୍ଲୁଏଫ୍)। ଆଣ୍ଟି-ଡୋପିଂ ନିୟମ ଉଲ୍ଲଂଘନ କରିଥିବାରୁ ତାଙ୍କୁ ନିଲମ୍ବିତ କରାଯାଇଥିବା ସୂଚନା ରହିଛି ।

କୋର୍ଟ ଅଫ ଅର୍ବିଟ୍ରେସନ ଫର ସ୍ପୋର୍ଟ ଭଗତଙ୍କୁ ୧୨ ମାସ ଭିତରେ ତିନି ଥର ଦୋଷୀ ପାଇଛନ୍ତି। ଚଳିତ ବର୍ଷ ମାର୍ଚ୍ଚ ୧ ତାରିଖରେ କୋର୍ଟ ଅଫ୍ ଆର୍ବିଟ୍ରେସନ୍ ଅଫ୍ ସ୍ପୋର୍ଟ (ସିଏଏସ୍‌) ତାଙ୍କୁ ଆଣ୍ଟି-ଡୋପିଂ ନିୟମ ଉଲ୍ଲଂଘନ ମାମଲାରେ ଦୋଷୀ ସାବ୍ୟସ୍ତ କରିଥିଲେ। ପ୍ରମୋଦ ଭଗତ ଏହି ରାୟ ଉପରେ ପୁର୍ନବିଚାର କରିବା ପାଇଁ ସିଏଏସ୍‌ ଅପିଲ୍ ଡିଭିଜନରେ ଆବେଦନ କରିଥିଲେ। ତେବେ ଜୁଲାଇ ୨୯ ତାରିଖରେ ତାଙ୍କ ଆବେଦନକୁ ଖାରଜ କରାଯାଇଥିଲା।

ପ୍ରମୋଦ ନିଜ କ୍ରୀଡା କ୍ୟାରିଏର ମଧ୍ୟରେ ଅନେକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ପାରାଅଲିମ୍ପିକ୍ସରେ ସଫଳତା ବ୍ୟତୀତ ଭାଗବତ ବିଶ୍ୱ ଚାମ୍ପିୟନସିପ ଏବଂ ଏସିଆନ୍ ପାରା ଗେମ୍ସରେ ମଧ୍ୟ ସ୍ୱର୍ଣ୍ଣ ପଦକ ଜିତିଛନ୍ତି। ହେଲେ ପ୍ୟାରିସ ପାରା ଅଲିମ୍ପିକ୍ସ ପୂର୍ବରୁ ପ୍ରମୋଦ ନିଲମ୍ବନ ହେବା ଭାରତୀୟ କ୍ରୀଡ଼ା ପ୍ରେମୀଙ୍କୁ ବହୁତବଡ଼ ଝଟକା ଦେଇଛି।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score